ପୁରୀ : ଜିଲ୍ଲା ସମାଜ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ବାଲ୍ୟବିବାହ ନିରାକରଣ ସଚେତନତା ଅଭିଯାନ ରଥର ଶୁଭାରମ୍ଭ ହୋଇଛି । ଜିଲ୍ଲାପାଳ ସମର୍ଥ ବର୍ମା ସବୁଜ ପତାକା ଦେଖାଇ ଏହି ରଥକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ପୁଷ୍ପାଞ୍ଜଳି ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ ତ୍ରିପାଠୀ,ସିଦ୍ଧାର୍ଥ ରାୟ ପ୍ରମୁଖ ଉପସ୍ଥିତ ଥିଲେ । ଏହି ରଥ ଜିଲ୍ଲାର ୧୧ଟି ବ୍ଲକ ସମେତ ତିନୋଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଏବଂ ଗୋଟିଏ ପୌରାଞ୍ଚଳରେ ୧୦ ଦିନ ଧରି ପରିକ୍ରମା କରିବା ସହ ସଚେତନତା ବାର୍ତ୍ତା ପ୍ରଚାର କରିବ ।