ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ ଆଜି

0 52

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ । ଆଜିଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରାଯିବ । ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନଧୂପ ପରେ ରାମ ଓ କୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକ ମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ଦୁଇ ପ୍ରତିମାଙ୍କୁ ବିମାନରେ ବସାଇ ସିଂହଦ୍ୱାର ନିକଟସ୍ଥ ବଡଛତା ମଠ ପାର୍ଶ୍ୱରେ ଥିବା ଏକ କାଠ ସିଂହାସନରେ ବିଜେ କରାଯିବ ।
ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆ ପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିବେ । ଭିତରଚ୍ଛ ମହାପାତ୍ର ଉକ୍ତ ଶବରୁଣୀଠାରୁ କୋଳି ଆଣି ମହାପ୍ରଭୁଙ୍କୁ ସମର୍ପଣ ଓ ମଣୋହି କରିବା ପରେ ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଓ ଭିତରଚ୍ଛ ମହାପାତ୍ର ବନ୍ଦାପନା କରିବେ । ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ ସଜ୍ଜିତ କରାଯିବ । ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ ୧୮ ପ୍ରକାର ସ୍ୱର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ ।

hiranchal ad1
Leave A Reply

Your email address will not be published.

seventeen − 11 =