୬ ହଜାର ତଳେ ସଂକ୍ରମଣ

0 63

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୬ ହଜାର ତଳକୁ ଚାଲି ଆସିଛି ।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ,ମଙ୍ଗଳବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୪୩୯ କରୋନା ନୂତନ ସଂକ୍ରମଣ ଓ ୫୦ମୃତ୍ୟୁ ରେକର୍ଡ କରାଯାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫,୪୩୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୪,୨୧,୧୬୨ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୫୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୮୨୯ରେ ପହଞ୍ଚିଛ । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୮,୨୫,୦୨୪ । ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୬% ରହିଛି । ଏହାଛଡା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୫,୭୩୨ ଥିବା ରେକର୍ଡ କରାଯାଇଛି । ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୫% । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ,ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୨,୧୭,୪୧,୯୬୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୮,୫୫,୨୮,୯୭୦ଟି ନମୁନା ପରୀକ୍ଷା କରାଯାଇଛି । ଗତକାଲି ପରୀକ୍ଷା କରାଯାଇଛି ୩,୨୦,୪୧୮ଟି ନମୁନା ।

hiranchal ad1
Leave A Reply

Your email address will not be published.

four × three =