ପୁରୀ : ପୁରୀ ଜିଲ୍ଲା ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶ କ୍ରମେ ପୁରୀ ଜିଲ୍ଲା ମୋବାଇଲ ସ୍କ୍ୱାଡର ନିରୀକ୍ଷକ ସଞ୍ଜୟ କୁମାର ପଣ୍ଡାଙ୍କ ନେତୃତ୍ୱରେ ଏକ ଟିମ ସତ୍ୟବାଦୀ ଥାନା ଅଧୀନ ପଟ୍ଟନାୟିକା ଛକଠାରେ ଚଢ଼ାଉ କରି ରମେଶ ଚନ୍ଦ୍ର ପ୍ରଧାନ(୩୨)ଙ୍କୁ ଗିରଫ କରି ତାଙ୍କଠାରୁ ୬୩ ଗ୍ରାମ ବ୍ରାଉନ ସୁଗାର (ହେରୋଇନ) ଜବତ କରିଛନ୍ତି । ଜିଲ୍ଲା ମୋବାଇଲ ସ୍କ୍ୱାଡ କେସ ନଂ -୬୮/୨୨-୨୩ ରୁଜୁ କରାଜାଇ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ପୁରୀ କାରଗାରକୁ ପଠାଯାଇଛି । ଜବତ ବ୍ରାଉନ ସୁଗାରର ମୂଲ୍ୟ ପ୍ରାୟ ୬,୩୦,୦୦୦/-ଟଙ୍କାରୁ ଉଦ୍ଧ୍ୱର୍ ହେବ । ଏହି ଚଢ଼ାଉରେ ଅବକାରୀ ଉପନିରିକ୍ଷକ ଶୀଧେଶ୍ୱର ମଲ୍ଲିକ, ଏଏସ୍ଆଇ ସୁବାଷ ଚନ୍ଦ୍ର ମହାପାତ୍ର, ଗୀତାଞ୍ଜଳି ବେହେରା, ଏବଂ କର୍ମଚାରୀ ପ୍ରଦୀପ୍ତ ପଣ୍ଡା, ସଂଜିପ ହସ୍ତୀ,ଦୀପ୍ତି ରଞ୍ଜନ ଦାସ ପ୍ରମୁଖ ସାମିଲ ଥିଲେ ।