ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଆସିଛି : ଅରୁଣ ସାହୁ

0 120

ଦଶପଲ୍ଲା : ନୂଆଗାଁ ବ୍ଲକ ଅନ୍ତର୍ଗତ ଚାହାଳି ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଆଜିର ଦ୍ୱିତୀୟ ଦିନରେ ମୁଖ୍ୟ ଅତିଥି ଭାବେ ନୟାଗଡ ବିଧାୟକ ଡ.ଅରୁଣ କୁମାର ସାହୁ ଯୋଗ ଦେଇଥିବା ବେଳେ ବିଶିଷ୍ଟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗ ଦେଇଛନ୍ତି । ଏହି ଉତ୍ସବରେ ସମ୍ମାନିତ ଅତିଥି ଭାବେ ସ୍କୁଲର ପୂର୍ବତନ ପ୍ରଧାନ ଶିକ୍ଷକ ହରିହର ମିଶ୍ର ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ପୂର୍ବତନ ପ୍ରଧାନ ଶିକ୍ଷକ ପ୍ରଧାନୀ ବୃନ୍ଦାବନ ମହାପାତ୍ର, ଅନ୍ୟତମ ସମ୍ମାନିତ ଅତିଥି ଭାବେ ପୂର୍ବତନ ପ୍ରଧାନ ଶିକ୍ଷକ ଗୋଦାବରୀଶ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ଯୁଗ୍ମ ସଚିବ କୃଷ୍ଣଚନ୍ଦ୍ର ଶତପଥି ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ସୁବର୍ଣ୍ଣ ଜୟନ୍ତୀ କମିଟି ସଭାପତି ତ୍ରିନାଥ ମହାପାତ୍ରଙ୍କ ସଭାପତିତ୍ୱରେ ଆଜିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ଡ.ସାହୁ, ରାଜ୍ୟ ସରକାର ଶିକ୍ଷା କ୍ଷେତ୍ରରେ ଯେଉଁ ବୈପ୍ଳବିକ ପରିବର୍ତ୍ତନ ଆଣିଛନ୍ତି ଏହା ଉପରେ ଟିପ୍ପଣୀ ପ୍ରଦାନ କରିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷାର ବିକାଶ ନିମନ୍ତେ ୫-ଟି ସ୍କୁଲର କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି । ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳର ଛାତ୍ରଛାତ୍ରୀ ମାନେ କିପରି ଅତ୍ୟାଧୁନିକ ଶିକ୍ଷା ବ୍ୟବସ୍ଥା ପାଇପାରିବେ ସେଥି ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି । ଆଜିର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ କରୁଥିବା ସମସ୍ତ ଆୟୋଜକ ମାନଙ୍କୁ ଡ.ସାହୁ ପ୍ରଶଂସା କରିଥିଲେ । ସହରରେ ବହୁତ ବଡ ବଡ ସ୍କୁଲ ଅଛି କିନ୍ତୁ ସେମାନଙ୍କର ଇଚ୍ଛାଶକ୍ତିର ଅଭାବ ଲାଗି କାର୍ଯ୍ୟକ୍ରମଟିଏ କରିପାରୁନାହାନ୍ତି । ଯାହାକି ଗ୍ରାମାଞ୍ଚଳରେ ଦେଖାଯାଉଛି । ଆଜିକାର ଚାକଚକ୍ୟ ସମାଜ ଯେତିକି ଆଗଉଛି ମନ ଭିତରେ ସେତିକି ଅପରିସ୍କାର ରହିଯାଉଛି । ଏହି ଅବସରରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ସ୍କୁଲର ଉନ୍ନତି ସହିତ ଛାତ୍ରଛାତ୍ରୀ ମାନଙ୍କ ବିକାଶ ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ପୂର୍ବତନ ଛାତ୍ରଛାତ୍ରୀମାନଙ୍କ ସହ ବର୍ତ୍ତମାନର ଛାତ୍ରଛାତ୍ରୀ ସାମିଲ ହୋଇଥିଲେ ।

hiranchal ad1
Leave A Reply

Your email address will not be published.

five × 4 =