ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ବୁଧବାର ରାଜ୍ୟରେ ପୁଣି ୧୧୦ କରୋନା ପିଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୦ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସଂକ୍ରମିତଙ୍କ ମଧ୍ୟରୁ ୯୭ଜଣ କ୍ୱାରେଣ୍ଟାଇନ ସେଣ୍ଟରରେ ରହିଥିବା ବେଳେ ୧୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୪, କଟକ ଜିଲ୍ଲାରୁ ୨୦, କେନ୍ଦ୍ରାପଡା, ବଲାଙ୍ଗୀର, କେନ୍ଦୁଝର, ବୌଦ୍ଧ, କୋରାପୁଟ, ଝାରସୁଗୁଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୩୩, ପୁରୀ ଜିଲ୍ଲାରୁ ୭, ନୟାଗଡ ଜିଲ୍ଲାରୁ ୪, ମୟୁରଭଞ୍ଜ ଜିଲ୍ଲାରୁ ୪, ଗଜପତି ଜିଲ୍ଲାରୁ ୧୧, କଳାହାଣ୍ଡି ଜିଲ୍ଲାରୁ ୪, ବରଗଡ ଜିଲ୍ଲାରୁ ୨ ଓ ରାୟଗଡା ଜିଲ୍ଲାର ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୧୦୬ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସେହିପରି୯ଜଣ ଏହି ବିଶ୍ୱ ମହାମାରୀରେ ପ୍ରାଣ ହରାଇଛନ୍ତି ।