ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ସଂପନ୍ନ

0 75

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି । ସକାଳଧୂପ ସରିବା ପରେ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନେ ଦୁର୍ଲଭ ସୁନାବେଶରେ ବିଭୂଷିତ ହୋଇଥିଲେ । ଦୁଇବର୍ଷ ପରେ କରୋନା କଟକଣା ହଟିଯାଇଥିବାରୁ ମହାପ୍ରଭୁଙ୍କ ଏହି ଦୁର୍ଲଭ ସୁନାବେଶ ଦେଖିବାକୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଅସମ୍ଭବ ଭିଡ଼ ପରିଲକ୍ଷିତ ହୋଇଛି ।
ଆଜି ପବିତ୍ର ପୌଷ୍ୟ ପୂର୍ଣ୍ଣିମା ତିଥିରେ ମହାପ୍ରଭୁଙ୍କ ଅନୁଷ୍ଠିତ ହୋଇଛି ପୁଷ୍ୟାଭିଷେକ ନୀତି । ମହାପ୍ରଭୂଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହା ଏକ ଅନନ୍ୟ ଯାତ୍ରା ଅଟେ । ଗତକାଲି ଚତୁର୍ଦ୍ଦଶୀ ତିଥିରେ ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନ ଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯାଇଛି । ପରେ ମହାପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମା ଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରିଥିଲେ । ଏବଂ ଏହାପରେ ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଛି । ମସ୍ତକରେ କିରିଟ, ପାଦରେ ଶ୍ରୀପୟର, ହାତରେ ଶ୍ରୀଭୁଜ, ହରିଡ଼ାମାଳ, ବାହାଡା ମାଳ,ସେବତୀମାଳ, ଆଡ଼କାନି, ଚନ୍ଦ୍ର ସୂର୍ଯ୍ୟ ଆଦି ବିବିଧ ପ୍ରକାର ସ୍ୱର୍ଣ୍ଣ ଅଳଙ୍କାରରେ ମହାପ୍ରଭୁ ରାଜରାଜେଶ୍ୱର ବେଶରେ ବିଭୂଷିତ ହୋଇଛନ୍ତି । କିନ୍ତୁ ଦୁଇବର୍ଷ ପରେ ବିନା କଟକଣାରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନ କରି ହଜାର ହଜାର ଭକ୍ତ ଆତ୍ମସନ୍ତୋଷ ଲାଭ କରିଛନ୍ତି ।

hiranchal ad1
Leave A Reply

Your email address will not be published.

18 − 18 =