ଗଜପତି ଉତ୍ସବ ଓ ପଲ୍ଲିଶ୍ରୀ ମେଳା ଦ୍ୱିତୀୟ ଦିନରେ

0 56

ପାରଳାଖେମୁଣ୍ଡି,୨୦/୧- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଗଜପତି ଉତ୍ସବ ଓ ପଲ୍ଲିଶ୍ରୀ ମେଳା ୨୦୨୨ ଦ୍ୱିତୀୟ ଦିନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମାନ୍ୟବର ମନ୍ତ୍ରୀ ଅନୁସୂଚିତ ଜାତି, ଜନଜାତି ,ସଂଖ୍ୟା ଲଘୁ ପଛୁଆବର୍ଗ ବିକାଶ ଏବଂ ଆଇନମନ୍ତ୍ରୀ ଜଗନ୍ନାଥ ସାରକା, ସମ୍ମାନୀତ ଅତିଥିଭାବେ ମାନ୍ୟବର ବିଧାୟକ ବ୍ରହ୍ମପୁର ବିକ୍ରମ ପଣ୍ଡା, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଉପଦେଷ୍ଟା ପ୍ରଦୀପ ମାଝୀ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଉପାଧ୍ୟକ୍ଷ ଧନେଶ୍ୱର ଭୂୟାଁ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ମରିୟନ ରଇତ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ, ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଗଜପତି ଏସପି ସ୍ୱାତି ଏସ କୁମାର, ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ପ୍ରମୁଖ ମଞ୍ଚାସୀନ ଥିଲେ । ମୁଖ୍ୟଅତିଥି ମାନ୍ୟବର ମନ୍ତ୍ରୀ ଜଗନ୍ନାଥ ସାରକା ପ୍ରଦୀପ ପ୍ରଜ୍ୱଳନ କରି ଶୁଭାରମ୍ଭ କରିଥିଲେ । ପ୍ରାରମ୍ଭିକ ସଙ୍ଗୀତ ଗାନ କରାଯାଇଥିଲା । ଅତିଥିମାନେ ଗଜପତି ଉତ୍ସବର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ଉପରେ ନିଜର ମତବ୍ୟକ୍ତ କରି କଳା ସଂସ୍କୃତିକୁ ଉଦଜୀବିତ କରିବା ସହ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ କଳାକୁ ପ୍ରଦର୍ଶନ କରି ଲୋକ ଲୋଚନକୁ ଆଣିବା ଏହାର ମୂଳଲକ୍ଷ୍ୟ ବୋଲି କହିଥିଲେ । ମୁଖ୍ୟ ଅତିଥିଙ୍କ ଦ୍ୱାରା ଗଜପତି ଉତ୍ସବ ସ୍ମରଣିକା ଉନ୍ମୋଚନ କରାଯାଇଥିଲା ।

hiring

ସଙ୍ଗୀତ ଗୁରୁ ରଘୁନାଥ ପାତ୍ର, ଏକାଡେମୀ ପୁରସ୍କାର ପ୍ରାପ୍ତ ଯୁବ କଳାକାର ଆଦର୍ଶ ଦାଶ, କାର୍ଟୁନନିଷ୍ଟ ଏମ୍‌ ଶେଖର ରାଓ ପ୍ରମୁଖଙ୍କୁ ମୁଖ୍ୟଅତିଥି ମାନ୍ୟବର ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଦ୍ୱାରା ଉପଢୌକନ, ପୁଷ୍ପଗୁଚ୍ଛ ଓ ମାନପତ୍ର ଦେଇ ସମ୍ମାନୀତ କରାଯାଇଥିଲା । ଶେଷରେ ଜିଲ୍ଲାର ଓ ରାଜ୍ୟ ବାହାରୁ ଆସିଥିବା କଳାକାରମାନେ ନିଜର କଳା ପରିବେଷଣ କରିଥିଲେ । ଏହି ଉତ୍ସବ ଦେଖିବା ସକାଶେ ଜିଲ୍ଲାର ବିଭିନ୍ନ କୋଣଅନୁକୋଣରୁ ଲୋକଙ୍କ ସୁଅ ଛୁଟିଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରିଣୀ ଅର୍ଚ୍ଚନା ମଙ୍ଗରାଜଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

18 + 1 =