ଭୈରବୀ ସ୍ନାତକ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ

0 118

ହରଭଙ୍ଗା :ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ସ୍ଥିତ ଭୈରବୀ ଡିଗ୍ରୀ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ରମେଶଚନ୍ଦ୍ର ତାରିଣୀଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଓଡିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ, ଜଙ୍ଗଲ ପରିବେଶ, ପଞ୍ଚାୟତ ରାଜ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ମୁଖ୍ୟବକ୍ତା ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ରୂପେ ବୌଦ୍ଧ ଉପଜିଲ୍ଲାପାଳ ରବୀନ୍ଦ୍ରନାଥ କଁହର, ଅନ୍ୟତମ ଅତିଥିଭାବେ ସ୍ଥାନୀୟ ସରପଞ୍ଚ ଅଶୋକ କୁମାର ସେଠୀ, ମୋ କଲେଜ ଅଭିଯାନ ସଭାପତି ସରୋଜ ପ୍ରଧାନ, ଇତିହାସ ବିଭାଗର ଅଧ୍ୟାପକ ଲଲିତ ମେହେର ମଞ୍ଚାସିନ ଥିଲେ । ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଁ ଭୈରବୀଙ୍କ ନିକଟରେ ମଞ୍ଚାସିନ ଅତିଥିଗଣ ପ୍ରଥମେ ଦୀପ ପ୍ରଜ୍ୱଳନ କରିବା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ଛାତ୍ରଛାତ୍ରୀଙ୍କ ଦ୍ୱାରା ସ୍ୱାଗତ ସଂଗୀତ ଗାନ ପରେ ଉକ୍ତ କାର୍ଯ୍ୟକ୍ରମରେ ଅତିଥି ମାନଙ୍କ ଦ୍ୱାରା ସ୍ମରଣୀକା “ଶକ୍ତିମୟୀ’ ଉନ୍ମୋଚିତ ହୋଇଥିଲା । ମହାବିଦ୍ୟାଳୟ ଅଧ୍ୟକ୍ଷ ବାର୍ଷିକ ବିବରଣୀ ପଠନ କରିବା ସହ କଲେଜ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମହାବିଦ୍ୟାଳୟର ଇଂରାଜୀ ବିଭାଗର ଅଧ୍ୟାପକ ଡ଼ ପ୍ରମୋଦ ମହାପାତ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ଅଧ୍ୟାପକ ସୁରେଶ୍ୱର ଯୋଶୀ ଧନ୍ୟବାଦ ଅର୍ପଣ କରିଥିଲେ । ମହାବିଦ୍ୟାଳୟ ଅଧ୍ୟାପକ ରଂଜିତ ସାମଲ, ପିତବାସ ମେହେର, ଅଧ୍ୟାପିକା ସୁଷମା ରାଣୀ ବହିଦାର, ଡ଼ଲି ବେହେରା, ଶୁଭ୍ରାମଲ୍ଲିକା ପ୍ରଧାନ ,ପୂଜା ଦେଓଙ୍କ ସମେତ ମହାବିଦ୍ୟାଳୟର ଅନନ୍ୟ କର୍ମଚାରୀଙ୍କ ସହ ଛାତ୍ରଛାତ୍ରୀ ସହଯୋଗ କରିଥିଲେ ।

hiranchal ad1
Leave A Reply

Your email address will not be published.

fourteen − one =