ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ବିଜୁ ଏକ୍ସପ୍ରେସ୍‌ ୱେ’ ଲୋକାର୍ପିତ, ମୁଁ କଥାରେ ନୁହେଁ, କାମରେ ବିଶ୍ୱାସ କରେ

0 39

ଗୋଲାମୁଣ୍ଡା,୫/୩:- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ପଶ୍ଚିମ ଓଡିଶାର ୩ଟି ଜିଲ୍ଲା(ବରଗଡ, ନୂଆପଡା ଓ କଳାହାଣ୍ଡି) ଗସ୍ତ ଅବସରରେ ‘ବିଜୁ ଏକ୍ସପ୍ରେସ୍‌ ୱେ’ର ଲୋକାର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଗୋଲାମୁଣ୍ଡା ବ୍ଲକ ବୃନ୍ଦାବାହାଲ ଠାରେ ମୋଟ ୫୨୭ କୋଟି ଟଙ୍କାର ୯୩ଟି ପ୍ରକଳ୍ପର ଉଦଘାଟନ କରିଥିବା ବେଳେ ୧୫୭୩ କୋଟି ଟଙ୍କାର ୧୧୩ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିରେ ପାନୀୟଜଳ, ଶିକ୍ଷା ଓ ସ୍ୱାସ୍ଥ୍ୟ ଭଳି ବିକାଶମୂଳକ ପ୍ରକଳ୍ପ ସାମିଲ ରହିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବୃନ୍ଦାବାହାଲରେ ଆୟୋଜିତ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି । ସେ କହିଛନ୍ତି ଯେ, ଆମର ପ୍ରିୟ ନେତା ବିଜୁ ବାବୁଙ୍କ ଜନ୍ମଦିବସ ପାଳନ କରାଯାଉଛି । ବିଜୁବାବୁ ଓଡିଶାବାସୀଙ୍କ ଭରସା ଥିଲେ । ଏ ମାଟିର ମଣିଷଙ୍କ ସ୍ୱପ୍ନ ସହ ସେ ସବୁବେଳେ ଯୋଡି ହୋଇ ରହିବାକୁ ଭଲ ପାଉଥିଲେ । ଜଣେ ଓଡିଆ ଭାବେ ସେ ନିଜକୁ ବହୁତ ଗର୍ବ କରୁଥିଲେ । ତେଣୁ ତାଙ୍କ ଜନ୍ମଦିବସରେ ‘ବିଜୁ ଏକ୍ସପ୍ରେସ୍‌ ୱେ’ର ଲୋକାର୍ପଣ କରି ମୁଁ ବହୁତ ଖୁସି ଅନୁଭବ କରୁଛି । ମୁଁ କଥାରେ ନୁହେଁ । ବରଂ କାମରେ ବିଶ୍ୱାସ କରେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ, ‘ବିଜୁ ଏକ୍ସପ୍ରେସ୍‌ ୱେ’ରେ ଘାଟିପଡା ଠାରୁ ଆମପାନି ପର୍ଯ୍ୟନ୍ତ ନିର୍ମାଣ କାମ ରେକର୍ଡ ବର୍ଷକ ମଧ୍ୟରେ ଶେଷ ହୋଇଛି । ପଞ୍ଚାୟତିରାଜ ଓ ଲୋକସେବା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ବିଜୁ ଏକ୍ସପ୍ରେସ୍‌ ୱେ’ ଏକ ସାଧାରଣ ରାସ୍ତା ନୁହେଁ । ଏହା ଏହି ଅଞ୍ଚଳର ଜୀବନରେଖା । ଏହି ରାସ୍ତା ବିକାଶର ନୂଆ ଇତିହାସ ଲେଖିବ । ଏହି ରାସ୍ତା ପାଇଁ ଚାଷୀ ଭାଇ, ସାଧାରଣ ଲୋକ ସୁବିଧା ପାଇବେ । ସ୍ୱାସ୍ଥ୍ୟସେବାରେ ଉନ୍ନତି ପରିଲକ୍ଷିତ ହେବ । ଅର୍ଥନୈତିକ ସ୍ତରରେ ଏହା ବେଶ ଉପଯୋଗୀ ସାବ୍ୟସ୍ତ ହେବ । ନୂଆ ଶିଳ୍ପ ଗଢି ଉଠିବ । ‘ଏକ୍ସପ୍ରେସ୍‌ ୱେ’ର ଦୁଇ ପାଖରେ ବିଜୁ ଇକୋନୋମିକ କରିଡର କରାଯାଇଛି । ଏହା ଦ୍ୱାରା ଉଭୟ ଦକ୍ଷିଣ ଓ ପଶ୍ଚିମ ଓଡିଶାର ୧୦ଟି ଜିଲ୍ଲା ସୁବିଧା ପାଇବେ । ଇକୋନୋମିକ କରିଡରରେ ପୁଞ୍ଜି ବିନିଯୋଗ ପାଇଁ ଅଧିକ ଇନସେନଟିଭ ଦିଆଯାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ବିଜୁବାବୁଙ୍କ ସ୍ୱପ୍ନ ଥିଲା ସଶକ୍ତ ଓଡିଶା । ସେ ଦିଗରେ ଆମେ ସଫଳତାର ସହ ଆଗକୁ ବଢୁଛୁ ।

hiranchal ad1
Leave A Reply

Your email address will not be published.

nineteen − seven =