ଜିଲ୍ଲାପାଳ ଓ ଏସପିଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ

0 51

ପାରଳାଖେମଣ୍ଡି : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ କିଡିଗାଁ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ୍‌ କୁମାର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶରୋମାଞ୍ଚଳ ଖମାରୀ, ଜି.ତିରୁପତି ରାଓ,ଅଧ୍ୟକ୍ଷ ଜିଲ୍ଲା ପରିଷଦ ଗଜପତି,ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି କିଡିଗାଁ, ଗୋରିବନ୍ଧ, ବୁଦୁରା ଓ ହାଡ଼ଭଙ୍ଗି ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୪୯ ଗୋଟି ଅଭିଯୋଗପତ୍ର ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୬ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା- ୨୩ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳସେଚନ, ଗୃହ ନିର୍ମାଣ, ରାସନ୍‌ କାର୍ଡ, ମନରେଗା, ଶିକ୍ଷା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ସାତ ଜଣ ହିତଧିକାରୀଙ୍କୁ ଜମି ପଟ୍ଟା ବଣ୍ଟନ କରାଯାଇଥିଲା । ଅଜିର ମିଳିତ ଜନ ଅଭିଯୋଗ ଶୁଣାଣିରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ କାଶୀନଗର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ବାଲା ସାୟାମ୍ମା, ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ ରାମକୃଷ୍ଣ ପତି, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ କପିଳେଶ୍ୱର ତାଣ୍ଡି, ତହସିଲଦାର ଆଶିଷ ପ୍ରଧାନ, ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

five × four =