ଛତିଶା ନିଯୋଗ ବୈଠକ, ଅକ୍ଷୟ ତୃତୀୟ ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ

0 74

ପୁରୀ : ଆସନ୍ତା ଏପ୍ରିଲ ୨୩ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା । ଏହି ଦିନ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ସହ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ । ଆଜି ଅପରାହ୍ନରେ ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଅକ୍ଷୟ ତୃତୀୟ ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ନୀତି ସବ କମିଟି ନୀତି ନିର୍ଘଣ୍ଟକୁ ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯାଇଛି । ଭକ୍ତ କିଭଳି ସୁନ୍ଦର ଭାବେ ଦର୍ଶନ କରିପାରିବେ ସେ ନେଇ ଆଲୋଚନା କରାଯାଇଛି । ଅକ୍ଷୟ ତୃତୀୟା ଦିନ ଅପରାହ୍ନ ୩ଟାରେ ଦ୍ୱାଦଶ ଯାତ୍ରା ଓ ନକ୍ଷତ୍ର ବନ୍ଦାପନା, ଅପରାହ୍ନ ୩.୩୦ ରେ ବିମାନକୁ ଦିଅଁ ବିଜେ ଓ ଅପରାହ୍ନ ୪ଟାରେ ରଥ ଆଜ୍ଞାମାଳ ବିଜେ ଓ ବିମାନ ଉଠିବ । ରାତ୍ର ୧୦ ଟାରେ ଚନ୍ଦନ ଠାକୁର ବାହୁଡ଼ା ବିଜେ କରିବେ । ଛତିଶା ନିଯୋଗ ବୈଠକ ପରେ ଚଳିତ ବର୍ଷ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାରେ କୃତିତ୍ୱ ହାସଲ କରିଥିବା ସେବାୟତ ପରିବାର ଛାତ୍ର,ଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।

hiranchal ad1
Leave A Reply

Your email address will not be published.

eighteen − two =