ସୋନପୁର: ସମ୍ବଲପୁରରେ ହୋଇଥିବା ହିଂସା କାଣ୍ଡକୁ ବିରୋଧ କରି ସୁବର୍ଣ୍ଣପୁର ଜିଲ୍ଲା ଲଛିପୁରଠାରେ ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ବୁଧବାର ସକାଳ ୬ ଘଟିକାଠାରୁ ସନ୍ଧ୍ୟା ୬ ଘଟିକା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ କରାଯାଉଛି । ଏହି ସମୟରେ ଜରୁରୀକାଳୀନ ସେବାକୁ ବାଦ ଦେଇ ବାକି ସମସ୍ତ ଦୋକାନ, ବଜାର, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ଯାନବାହାନ ଚଳାଚଳ, ବ୍ୟାଙ୍କ ଆଦି ବନ୍ଦ ରହିଛି । ବନ୍ଦ ପାଳନକୁ ଜନସାଧାରଣ ସମର୍ଥନ ଜଣାଇବାକୁ ଉଭୟ ସଙ୍ଗଠନ ପକ୍ଷରୁ ନିବେଦନ କରାଯାଇଛି । ତେବେ ଆଜି ଲଛିପୁର ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳର କର୍ମକର୍ତ୍ତାମାନେ ଲଛିପୁର ବିଭିନ୍ନ ଛକ ନିକଟରେ ଟାୟାର ଜାଳି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଏଥିସହ ସମ୍ପୂର୍ଣ୍ଣ ରାସ୍ତାକୁ ଅବରୋଧ କରିଥିବା ଦେଖିବାକୁ ମିଳିଛି ।