ଭୁବନେଶ୍ୱର : ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଚାରି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ୪୨ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ଜାନୁୟାରୀ ପହିଲା ୨୦୨୩ରୁ ପିଚ୍ଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଚାରି ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଜୁନ୍ ମାସ ପେନସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହା ଦ୍ୱାରା ପ୍ରାୟ ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ ।