ତରଭା ବ୍ଲକ୍‌ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0 101

ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲାର ବ୍ଲକ୍‌ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ତରଭା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଳାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୯ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ଗ୍ରହଣ କରାଯାଇଥିବା ସମସ୍ତ ଦରଖାସ୍ତର ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ, ତରଭା ଶ୍ରୀ ଅନିଲ କୁମାର କୁଲୁଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସୁବର୍ଣ୍ଣପୁର ନିହାର ରଞ୍ଜନ କହଁର,ଉପ ଜିଲ୍ଳାପାଳ ସୋନପୁର ଡ. ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଜିଲ୍ଲା ଅତିରିକ୍ତ ମୁଖ୍ୟ ଚିକିତ୍ସା ଅଧିକାରୀ ଡ. ଦୈତ୍ୟ ନାରାୟଣ ପାଢୀ, ଅଧିକ୍ଷଣ ଯନ୍ତ୍ରୀ ଆରଡବ୍ଲୁଏସଏସ ଇଂ. ଶ୍ରୀକାନ୍ତ ସାହୁ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅକ୍ଷୟ କୁମାର ନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଜିଲ୍ଲା ପ୍ରକ୍ଷଣିଧନ ଅଧିକାରୀ ଡଃ ରତ୍ନାକର ରାଉତ, ଜିଲ୍ଲା କୃଷି ଅଧିକାରୀ ନାରାୟଣ ଚନ୍ଦ୍ର ସେଠୀ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ, ଶିଶୁ ସୁରକ୍ଷା ଅଧିକାରୀ କେଶବ ଚନ୍ଦ୍ର ମେହେର, ତହସିଲଦାର ତରଭା କିର୍ତ୍ତୀଚନ୍ଦ୍ର ପ୍ରଧାନ ଏବଂ ଅନ୍ୟାନ୍ୟ ଜିଲ୍ଳାସ୍ତରୀୟ ଅଧିକାରୀ ଯୋଗଦାନ କରିଥିଲେ । ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଦିବ୍ୟାଙ୍ଗ ବିବାହ ଯୋଜନାକୁ ପ୍ରୋତ୍ସାହିତ କରିବା ପାଇଁ ସ୍ଥାନୀୟ ଲୁକାପାଲି ଗ୍ରାମର ଦିବ୍ୟାଙ୍ଗ ଦମ୍ପତି ତରୁଣ ବଗର୍ତ୍ତୀ ଓ ସମକ୍ଷରି ବଗର୍ତ୍ତୀ ଏବଂ ତରଭା ବିଜ୍ଞାପିତ ଅଞ୍ଚଳର ଚିନ୍ତାମଣି ନାଗ ଓ କୌସଲ୍ୟା ନାଗଙ୍କୁ ଯୋଡି ପ୍ରତି ଅଢେଇ ଲକ୍ଷ ଟଙ୍କାର ସହାୟତା ଚେକ୍‌ ଜିଲ୍ଲାପାଳ ପ୍ରଦାନ କରିଥିଲେ । ଶିବିର ପରିଚାଳନାରେ ଏବିଡିଓ ନିରଞ୍ଜନ ନାଏକ, ବ୍ଲକ୍‌ ସାମାଜିକ ସୁରକ୍ଷା ଅଧିକାରୀ ପ୍ରଭାସ କୁମାର କର୍ଣ୍ଣଙ୍କ ସମେତ ସମସ୍ତ ବ୍ଲକ ସ୍ତରୀୟ କର୍ମଚାରୀ ସହଯୋଗ କରିଥିଲେ ।

hiranchal ad1
Leave A Reply

Your email address will not be published.

5 × five =