ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର

0 56

ପାରଳାଖେମୁଣ୍ଡି, ୨୪/୭- ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ମହେନ୍ଦ୍ରଗଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ କୁମାର , ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର କୁମାର ଦାସ ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ମହେନ୍ଦ୍ରଗଡ଼ ସମେତ ଶିଆଳିଲଟି, ଛେଳିଗଡ଼ ଓ ଛେଳାଗଡ଼ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୧୩୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୪ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା- ୮୧ ଓ ୪ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ୪ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ କୋଡ଼ିଏ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳସେଚନ, ଗୃହ ନିର୍ମାଣ, ରାସନ୍‌କାର୍ଡ, ମନରେଗା, ଶିକ୍ଷା, ମୋ ଘର ଯୋଜନା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୪ ଗୋଟି ପଞ୍ଚାୟତର ୩୦ ଜଣ ହିତାଧିକାରୀଙ୍କୁ ଜଙ୍ଗଲଜମି ପଟ୍ଟା ବଣ୍ଟନ କରାଯାଇଥିଲା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ତରଫରୁ ୧୪ ଜଣଙ୍କୁ ପେନସନ ପ୍ରଦାନ କରାଯାଇଛି ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ମୋହନା ବିଧାୟକ ଦାଶରଥି ଗମାଙ୍ଗ, ଆର.ଉଦୟଗିରି ବ୍ଲକ ଅଧ୍ୟକ୍ଷ ଲକ୍ଷ୍ମୀ ନାରାୟଣ ଶବର, ସ୍ଥାନୀୟ ସରପଞ୍ଚ ଶ୍ରୀମତୀ କୁମୁଦିନୀ ଗମାଙ୍ଗ, ଆର.ଉଦୟଗିରି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲାରିମେନ ଖାର୍ସେଲ ,ତହସିଲଦାର, ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

10 − 7 =