୭୭ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

0 263

ବାଲିଗୁଡ଼ା: ୭୭ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଉତ୍ସବ ପାଳନ କମିଟି ପକ୍ଷରୁ ସ୍ଥାନୀୟ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆସନ୍ତା ୭୭ତମ ସ୍ୱାଧୀନତା ଦିବସ କିଭଳି ସୁରୁଖୁରୁରେ ପାଳନ କରାଯିବ ଏବଂ କେଉଁ କେଉଁ ପ୍ରତିଯୋଗିତା କରାଯିବ ସେନେଇ ଆଲୋଚନା କରାଯାଇଥିଲା । ଏଥିସହିତ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତି ବିଶେଷ କୃତି ଛାତ୍ରଛାତ୍ରୀମାନଙ୍କୁ ଉତ୍ସବ ପାଳନ କମିଟି ପକ୍ଷରୁ ସମ୍ମାନୀତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଅଗଷ୍ଟ ୧୫ ତାରିଖ ଦିନ ସକାଳ ୭ଟା ସମୟରେ ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସ୍ଥାନୀୟ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମରେ ସକାଳ ୯ଟା ୧୫ ମିନିଟ୍‌ ସମୟରେ ପତାକା ଉତ୍ତୋଳନ କରିବା ପାଇଁ ସମୟ ଧାର୍ଯ୍ୟ ହୋଇଥିବା ବେଳେ ବିଭିନ୍ନ ଶିକ୍ଷାନୁଷ୍ଠାନର ୩୨ ଟି ଦଳ ସମ୍ମିଳିତ ପ୍ୟାରେଡରେ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଅଛି । ଉପଜିଲ୍ଲାପାଳ ଶ୍ରୀମତୀ ମଧୁମିତାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ଅନୁଷ୍ଠିତ ହୋଇଥିବା ବେଳେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ୟସ୍‌ ପ୍ରତାପ ଶ୍ରୀମଲ, ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ପ୍ରଧାନ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରହ୍ଲାଦ ଖୋସଲାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧି ଏହି ବୈଠକରେ ଉପସ୍ଥିତ ରହି ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ ।

hiranchal ad1
Leave A Reply

Your email address will not be published.

four × two =