ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

0 180

ପାରଳାଖେମଣ୍ଡି : ଗଜପତି ଜିଲ୍ଲା ସଦମହକୁମା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ କୁମାର, ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର କୁମାର ଦାସ ଏହି ମିଳିତ ଜନ ଅଭିଯୋଗ ଶୁଣାଣିରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦର ସମେତ କେରାଣ୍ଡି, ବାଘଶାଳ, ରାଣୀପେଣ୍ଠ ଓ ସିଧମାଡ଼ଙ୍ଗା ପଞ୍ଚାୟତର ସମୁଦାୟ ମୋଟ- ୧୧୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୮୮ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା- ୨୭ ଗୋଟି ଓ ୩୫ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୫ ଜଣଙ୍କୁ ୧୩ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମୋ ଘର ଯୋଜନା, ମନରେଗା,ଗୃହ ନିର୍ମାଣ, ରାସନ୍‌ କାର୍ଡ, ଶିକ୍ଷା, ଜଳସେଚନ, ରାସ୍ତା ସମସ୍ୟା ଆଦି ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ସମୟରେ ଜିଲ୍ଲା ମୁଖ୍ୟା ଚିକିତ୍ସା ଅଧିକାରୀ ଡାକ୍ତର ପ୍ରଦୀପ କୁମାର ପାତ୍ର, ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

seventeen − 16 =