ଶ୍ରୀମନ୍ଦିରରେ ସପ୍ତପୁରୀ ଅମାବାସ୍ୟା, ବିଳମ୍ବରେ ହେଲା ନିତିକାନ୍ତି

0 41

ପୁରୀ : ଆଜି ସପ୍ତପୁରୀ ଅମାବାସ୍ୟା । ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା କୁହାଯାଏ । ଆଜିର ଏହି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଦେବତା ଭଗବାନ ଶ୍ରୀଜଗନ୍ନାଥଙ୍କ ଠାରେ ସପ୍ତପୁରୀ ଭୋଗ ଲାଗିଥାଏ । ଆଜି ବିଳମ୍ବରେ ଠାକୁରଙ୍କ ଅବକାଶ ନିତି ସରିବା ପରେ ଠାକୁରଙ୍କୁ ବେଶ କରାଯାଇଥିଲା । ଗମ୍ଭିରାରେ ପାଣି ପଡି ଟେରା ବନ୍ଧାଯିବା ପରେ ସକାଳ ଧୂପ ସହ ସାତପୁରୀ ଭୋଗ ରୋଷ ଘରୁ ଆସିବା ପରେ ପୂଜାପଣ୍ଡା ଷୋଡଶ ଉପଚାରରେ ପୂଜା କରିଥିଲେ ।
ଶ୍ରୀମନ୍ଦିରରେ ଶ୍ରୀ ଜୀଉଙ୍କର ଆଜି ବିଶେଷ ପୂଜାନୀତି ସହ ସଂଧ୍ୟାଧୂପ ପରେ ବସ୍ତ୍ରହରଣ ପ୍ରସ୍ତାବ ସହ ମହାପ୍ରଭୁଙ୍କ ବିଜେ ପ୍ରତିମା ଶ୍ରୀନାରାୟଣ ସାଗର ବିଜେ କରିବେ । ଗତକାଲି ଅଠର ନଳା ନିକଟରେ ଅବସ୍ଥିତ ମା ଆଲାମଚଣ୍ଡୀ ମନ୍ଦିରରୁ ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ତାଡ଼ ଶ୍ରୀମନ୍ଦିରରେ ପହଂଚିବା ପରେ ଚତୁପାଶ୍ୱର୍ ବୁଲି ତାଡ ଗୁଡିକୁ ରୋଷ ବେହେରଣରେ ରଖାଯାଇଥିଲା । ଗତକାଲି ସଂଧ୍ୟା ଧୂପ ସରିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଏକ ପଟୁଆରରେ ଶ୍ରୀମନ୍ଦିର ବାହାରେ ଥିବା ଦକ୍ଷିଣକାଳୀଙ୍କ ମନ୍ଦିରକୁ ଯାଇଥିଲେ ।

hiranchal ad1
Leave A Reply

Your email address will not be published.

nine − 2 =