ଶ୍ରୀମନ୍ଦିରରେ ପଞ୍ଚୁକ ନୀତି ଆରମ୍ଭ

0 75

ପୁରୀ : ଆଜି ହରି ଉତ୍‌ଥାପନ ଏକାଦଶୀ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଆରମ୍ଭ ହୋଇଛି ପଞ୍ଚୁକ ନୀତି । ଏଥିପାଇଁ ହଜାର ହଜାର ଶ୍ରଦ୍ଧାଳୁ ଓ ହବିଷ୍ୟାଳୀଙ୍କ ଭିଡ ଲାଗିଛି ଶ୍ରୀକ୍ଷେତ୍ରରେ । ପଞ୍ଚୁକର ପ୍ରଥମ ଦିନରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବା ସହ ମହାପ୍ରଭୁ ଲକ୍ଷ୍ମୀନାରାୟଣ ବେଶରେ ସଜ୍ଜିତ ହୋଇ ଅଗଣିତ ଭକ୍ତ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଥାନ୍ତି । ଜିଲ୍ଲା ପ୍ରଶାସନ ପକ୍ଷରୁ ମର୍ଚ୍ଚିକୋଟ ଛକ ଠାରେ କରାଯାଇଥିବା ଅସ୍ଥାୟୀ ବ୍ୟାରିକେଡ଼ ଭିତରେ ଆସି ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ୱାର ଦେଇ ପ୍ରବେଶ କରିବା ସହ ଉତ୍ତର ଦ୍ୱାର ଦେଇ ପ୍ରସ୍ଥାନ କରୁଛନ୍ତି । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁବିଧା ଓ ସୁରକ୍ଷାକୁ ନଜରରେ ରଖି ଜିଲ୍ଲା, ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି । ବିଶେଷ କରି ପାନୀୟ ଜଳ, ଅସ୍ଥାୟୀ ଶୌଚାଳୟ ସହ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ସେଡ୍‌ ର ବ୍ୟବସ୍ଥା ମଧ୍ୟ ହୋଇଛି । ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ୪୦ ପ୍ଲାଟୁନ ଫୋର୍ସ ସହ ୭ ଜଣ ଅତିରିକ୍ତ ଏସପି, ୧୫ ଡିଏସପି, ୧୫୦ ଅଧିକାରୀ, ୪୦ରୁ ଉର୍ଦ୍ଧ୍ୱ ଇନ୍ସପେକ୍ଟର ଦାୟିତ୍ୱରେ ରହିଛନ୍ତି । ଏଥିସହ ୫୦ରୁ ଉର୍ଦ୍ଧ୍ୱ ସ୍ୱେଚ୍ଛାସେବୀ ମଧ୍ୟ ନିୟୋଜିତ ଅଛନ୍ତି । ଦୀର୍ଘ ଏକାମାସ ଧରି ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକ ବ୍ରତ ପାଳନ କରୁଥିବା ହବିଷ୍ୟାଳୀଙ୍କ ପାଇଁ ପଞ୍ଚୁକ ବ୍ରତ ବେଶ୍‌ ମହତ୍ତ୍ୱ ରଖିଥାଏ ବୋଲି ବିଶ୍ୱାସ ରହିଛି ।

hiranchal ad1
Leave A Reply

Your email address will not be published.

18 − sixteen =