“ମୁଖ୍ୟମନ୍ତ୍ରୀ କଳାକାର ଯୋଜନା’ରେ ସାମିଲ ହେବେ ଆଉ ତିରିଶ ହଜାର କଳାକାର

0 191

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ “ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ ରେ ଆଉ ତିରିଶ ହଜାର କଳାକାରଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି ।
ଏହା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଏକ ପ୍ରମୁଖ ଯୋଜନା ।
୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ ଏହି ଯୋଜନାରେ ଅଧିକ କଳାକାରଙ୍କୁ ସାମିଲ କରିବା ପାଇଁ କଳାକାର ଓ ସେମାନଙ୍କର ସଂଗଠନ ଅନୁରୋଧ କରି ପ୍ରସ୍ତାବ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଏହାପରେ ଏହି ଯୋଜନାରେ ହିତାଧିକାରୀଙ୍କ ସଂଖ୍ୟା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।
ଏହି ଯୋଜନାରେ ୫୦,୦୦୦ କଳାକାର ମାନଙ୍କୁ ମାସିକ ୧୨୦୦ ଟଙ୍କା(ବାର ଶହ ଟଙ୍କା) ସହାୟତା ରାଶି ପ୍ରଦାନ କରାଯାଉଛି ।
ବର୍ତ୍ତମାନ ଏହି ଯୋଜନାର ହିତାଧିକାରୀଙ୍କ ସଂଖ୍ୟା ୫୦ ହଜାରରୁ ୮୦ ହଜାରକୁ ବୃଦ୍ଧି କରାଯାଇଛି । ଏହା ଦ୍ୱାରା ରାଜ୍ୟର ଆଉ ୩୦ ହଜାର କଳାକାର ଏଥିରେ ଉପକୃତ ହେବେ ।
ଆମର ଲୋକକଳା ଗୁଡିକ ଆମ ଜାତିର ଅସ୍ମିତା ଅଟନ୍ତି ଏବଂ କଳାକାର ମାନେ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାରକ ତଥା ବାର୍ତ୍ତାବହ ଅଟନ୍ତି ।
ଏହି ଯୋଜନାରେ ଅଧିକ କଳାକାରଙ୍କୁ ସାମିଲ କରାଯିବା ଯୋଗୁଁ ଓଡିଶାର ବିଭିନ୍ନ ପ୍ରାନ୍ତରୁ ଅନେକ କଳାକାରମାନେ ଉତ୍ସାହିତ ଓ ଉପକୃତ ହେବେ । ଏହା ଦ୍ୱାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡିଶାର କଳା ଓ ସଂସ୍କୃତିକୁ ଋଦ୍ଧିମନ୍ତ କରିବ ।

hiranchal ad1
Leave A Reply

Your email address will not be published.

3 − two =