ଯୁବକଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାସ କଲା ଗୁରାଣ୍ଡି ପୋଲିସ

0 101

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଗୋଷାଣୀ ବ୍ଳକର ଗୁରାଣ୍ଡି ଥାନା ଅଧୀନରେ ଥିବା ଶରଧାପୁର ବ୍ରିଜ ପାଖରେ ସଂଘବଦ୍ଧ ଭାବେ ଆକ୍ରମଣ କରି ହତ୍ୟା କରିଥିବା ଘଟଣାର ପର୍ଦ୍ଦାଫାସ କରିଛି ଗୁରାଣ୍ଡି ପୋଲିସ । ଏହି ଘଟଣାରେ ଏକ ସାମ୍ବାଦିକ ସମ୍ମିଳନୀ କରି ଏସଡିପିଓ ମାଧବାନନ୍ଦ ନାୟକ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି ସେମାନଙ୍କ ଠାରୁ ଆକ୍ରମଣ ସମୟରେ ବ୍ୟବହୃତ ହୋଇଥିବା ସାମଗ୍ରୀ ଓ ତିନୋଟି ବାଇକ୍‌ ଜବତ କରାଯାଇଛି । ଦୁଇ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଏସଡିପିଓ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏଥିରେ ସମ୍ପୃକ୍ତ ଥିବା ଅନ୍ୟ ତିନିଜଣ ଅଭିଯୁକ୍ତ ଫେରାର ଅଛନ୍ତି । ସେମାନଙ୍କୁ ଧରିବା ପାଇଁ ତଦନ୍ତ ଜାରିରହିଛି ବୋଲି ସାମ୍ବାଦିକ ସମ୍ମିଳନୀରେ ଏସଡିପିଓ ମାଧବା ନନ୍ଦ ନାୟକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

hiranchal ad1
Leave A Reply

Your email address will not be published.

five + 14 =