ରାଜ୍ୟ ସ୍ତରୀୟ ରକ୍ଷା ବନ୍ଧନ ଉତ୍ସବ

0 19

ଆଦରର ‘ମୋହନ ଭାଇ’ଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଭଉଣୀମାନେ

ଭୁବନେଶ୍ୱର : ଆଜି ପବିତ୍ର ରକ୍ଷା ବନ୍ଧନ ଉତ୍ସବ। ଏହି ଅବସରରେ ରାଜ୍ୟ ଅତିଥି ଭବନରେ ଏକ ଉତ୍ସବର ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନରୁ ଝିଅ ମାନେ ଆସି ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସେମାନଙ୍କ ପାଇଁ ଥିଲେ ଆଦରର ‘ମୋହନ ଭାଇ’ । ଝିଅ, ମହିଳା ଓ କୁନି କୁନି ପିଲାମାନେ ଆସି ବନ୍ଦାପନା କରି ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧିବା ସହିତ ମିଠା ଖୁଆଇ ଦେଇଥିଲେ। ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆଶୀର୍ବାଦ ଦେଇ ଉପହାର ମଧ୍ୟ ଦେଇଥିଲେ।

hiring

ଏହି ଅବସରରେ ଗଣ ମାଧ୍ୟମ ଆଗରେ ନିଜର ମନ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ଗହ୍ମା ପୂର୍ଣ୍ଣମୀ ସହ ପବିତ୍ର ରକ୍ଷା ବନ୍ଧନ ପର୍ବ । ଏହି ଅବସରରେ ରାଜ୍ୟର ସବୁ ଭଉଣୀ ମାନଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିବା ସହିତ ସମସ୍ତେ ଯେପରି ସୁରକ୍ଷାର ସହିତ ରହିବେ ସେଥିପାଇଁ ପ୍ରତିଶୃତି ଦେଇଛନ୍ତି। ସେ କହିଛନ୍ତି ଯେ ଭଉଣୀ ମାନଙ୍କ ପାଇଁ ରାଜ୍ୟ ସରକାର ସୁଭଦ୍ରା ଯୋଜନାକୁ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି ଏବଂ ପରିବର୍ତ୍ତନର ଏ ସମୟରେ ସମସ୍ତେ ଯେପରି ଭଲରେ ରହିବେ ସେଥିପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି।

ଏକ ଶାନ୍ତ, ସ୍ନିଗ୍ଧ ଓ ଆନନ୍ଦମୟ ପରିବେଶ ମଧ୍ୟରେ ସମ୍ପାଦିତ ହୋଇଥିଲା ଆଜିର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ I ପ୍ରଥମେ ମୁଖ୍ୟମନ୍ତ୍ରୀଙ୍କ ନିଜ ଭଉଣୀ ରାସମଣୀ ମାଝୀ ବନ୍ଦାପନା କରି ମିଠା ଖୁଆଇ ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧିଥିଲେ। ଏହାପରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏବଂ ବରିଷ୍ଠ ନେତ୍ରୀ ପୂର୍ଣ୍ଣିମା କେରକେଟଙ୍କ ସହ ପ୍ରାୟ ୪୦ ରୁ ଉର୍ଦ୍ଧ୍ବ ସଂସ୍ଥାର ୫୦୦ ରୁ ଅଧିକ ଝିଅ ଓ ମହିଳା ମାନେ ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଥିଲେ। ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ବିଧାୟକ ଶ୍ରୀ ବାବୁ ସିଂହ ଅନ୍ୟ ପ୍ରମୁଖ ନେତା ମାନେ ମଧ୍ୟ ଉତ୍ସବରେ ଉପସ୍ଥିତ ଥିଲେ।

hiranchal ad1
Leave A Reply

Your email address will not be published.

1 × 2 =