E-KYC କରିବାର କୌଣସି ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ

0 43

E-KYC ଯାଞ୍ଚ ପରେ ହିତାଧିକାରୀ ପାଇବେ ନୂଆ ରାସନ କାର୍ଡ I

ଭୁବନେଶ୍ବର : ରାସନ କାର୍ଡ ପାଇଁ E-KYC କରିବାର କୌଣସି ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ । ବାସୁଦେବପୁର ବିଧାୟକ ଅଶୋକ ଦାସ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ, ଅନ୍ୟ ରାଜ୍ୟରେ କାମ କରୁଥିବା ଦାଦନ ଶ୍ରମିକ ମାନେ କେମିତି E-KYC କରିବେ।

hiring

ତେଣୁ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ଅନୁପସ୍ଥିତିରେ ତାଙ୍କ ସ୍ଥାନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଉତ୍ତର ରଖିଛନ୍ତି। ସେ କହିଛନ୍ତି, ବିଗତ ଦିନରେ ବଣ୍ଟନ ବ୍ୟବସ୍ଥାରେ ସ୍ବଚ୍ଛତା ନଥିଲା ତେଣୁ ଭୂତ କାର୍ଡ, ମୂଷା କାର୍ଡ ବାହାରୁଥିଲା । ଏକ ମାସ ଭିତରେ E-KYC ନକରିପାରିଲେ ରାସନ କାର୍ଡ କଟିବ ନାହିଁ । E-KYCର ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ ।

ଅନ୍ୟପଟରେ କଟକ ବାରବାଟୀ ବିଧାୟକ ସୋଫିଆ ଫିର୍ଦ୍ଦୋଶ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି, ମାସେ ହେବ ଆବେଦନ କରି ୧୦ ଲକ୍ଷରୁ ଅଧିକ ହିତାଧିକାରୀ ରାସନ କାର୍ଡ ପାଇବା ପାଇଁ ଅପେକ୍ଷା କରିଛନ୍ତି ସେମାନେ କେବେ ସୁଦ୍ଧା ରାସନ କାର୍ଡ ପାଇବେ ।

ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ଅନୁପସ୍ଥିତିରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଉତ୍ତର ରଖି କହିଛନ୍ତି, ରାସନ କାର୍ଡ ପାଇଁ E-KYC ନିର୍ଦ୍ଦିଷ୍ଟ ସମୟ ସୀମା ଭିତରେ କରିବା ବାଧ୍ୟତାମୂଳକ ନୁହେଁ । E-KYC ଏକ ସମ୍ବେଦନଶୀଳ ପ୍ରସଙ୍ଗ । E-KYC କରିବା ପାଇଁ ସାଧାରଣ ଲୋକଙ୍କୁ ସରକାର ଅନୁରୋଧ କରିଛନ୍ତି । ଯେଉଁମାନେ ମାସେ ହେଲା ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି, E-KYC ଯାଞ୍ଚ ପରେ ନୂଆ ରାସନ କାର୍ଡ କିପରି ପାଇପାରିବେ, ଏ ନେଇ ଚିନ୍ତା କରାଯାଉଥିବା ମନ୍ତ୍ରୀ କହିଛନ୍ତି ।

hiranchal ad1
Leave A Reply

Your email address will not be published.

twenty + 14 =