ପାରଳା ପୌର ପରିଷଦ ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ପାଳିତ

0 66

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ପାରଳା ପୌର ପରିଷଦ ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ପାରଳାଖେମୁଣ୍ଡି ବିଧାୟକ ଇଂ ରୂପେଶ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ। ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହି ଅଧିକାରୀ ଡକ୍ଟର ଗୁଣନିଧି ନାୟକ,ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ, ପୌର ପରିଷଦ ନିର୍ବାହୀ ଅଧିକାରୀ ଗୌର ପଟ୍ଟନାୟକ, ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ପୌର ପରିଷଦ ଉପାଧ୍ୟକ୍ଷ ଲେଙ୍କା ମଧୁଙ୍କ ସମେତ ପୌର ପରିଷଦର କାଉନସିଲର ମାନେ ମଞ୍ଚାସିନ ଥିଲେ। ଅତିଥି ମାନେ ଏହି ଦିବସ ପାଳନ ଉପରେ ନିଜର ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପୌର ପରିଷଦର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

hiranchal ad1
Leave A Reply

Your email address will not be published.

one + twenty =