ଡିସେମ୍ୱର ୧୬ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

0 48

ଭୁବନେଶ୍ୱର : ଡିସେମ୍ବର ୧୬ ତାରିଖ ( ସୋମବାର ) ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ l ଡିସେମ୍ବର ୧୬ ତାରିଖ( ସୋମବାର )ରେ ୟୁନିଟ୍-୫ ,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଗତ ତା.୨୮.୧୦.୨୦୨୪ ରିଖ ରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ ପାଇଁ ଉଦ୍ଦିଷ୍ଟ ହେବ ଏବଂ ସେମାନଙ୍କୁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ l ଆବେଦନକାରୀ ସେମାନଙ୍କର ପ୍ରାପ୍ତି ସ୍ୱୀକାର ପତ୍ର ଓ ବ୍ୟକ୍ତିଗତ ପରିଚୟ ପତ୍ର ସହିତ ନିର୍ଦ୍ଧାରିତ ସ୍ଥାନରେ ଉପସ୍ଥିତ ରହିବେ l ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା l ଏହି ଦିନ ପାଇଁ ଅନ୍ୟମାନଙ୍କୁ ପଞ୍ଜୀକରଣ ନ କରିବାକୁ ଅନୁରୋଧ କରାଯାଇଛି l

hiranchal ad1
Leave A Reply

Your email address will not be published.

4 × 1 =