ଆରବସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି

0 245

ଭୁବନେଶ୍ଵର : ପୂର୍ବ କେନ୍ଦ୍ରୀୟ ଆରବସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି। ୩୬ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଆବପାତରେ ପରିଣତ ହେବ ଲଘୁଚାପ। ଉତ୍ତର ଦିଗକୁ ଗତି କରି ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। 

hiring

ସେପଟେ ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ୨୪ ଘଣ୍ଟାରେ ଦକ୍ଷିଣ ଉପକୂଳ ଜିଲ୍ଲାରେ କାଳବୈଶାଖୀ ନେଇ ୧୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାକୁ ସତର୍କତା ସୂଚନା ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକରେ ବିଜୁଳି ଘଡ଼ିଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏଥିସହ ଘଣ୍ଟାପ୍ରତି ପବନର ବେଗ ୩୦ ରୁ ୪୦ କିଲୋମିଟର ବେଗରେ ରହିବ । ସେପଟେ ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ମୌସୁମୀ କେରଳ ଛୁଇଁବ । କେରଳ ଛୁଇଁବାର ୧୦ ରୁ ୧୨ ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ବୋଲି ପୂର୍ବାନୁମାନ କରାଯାଉଛି।

hiranchal ad1
Leave A Reply

Your email address will not be published.

fourteen − nine =