ଜାମିନ୍ ପାଇଁ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲେ ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ୍ ଚକ୍‌ମା

0 389

କଟକ : ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଧୀମନ ଚକମା । ଜାମିନ୍ ପାଇଁ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲେ ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ୍ ଚକ୍‌ମା। ଭିଜିଲାନ୍ସ କୋର୍ଟରେ ଜାମିନ ନାମଞ୍ଜୁର ପରେ ସେ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି। ଜାମିନ ପାଇଁ ଆବେଦନ କରିଛନ୍ତି। ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଗିରଫ ହେବା ପରେ ଏବେ ଚକ୍‌ମା ଜେଲ୍‌ରେ ଅଛନ୍ତି। 

hiring

ସୂଚନାଥାଉକି, ଗତ ୮ତାରିଖ ରାତିରେ ଭିଜିଲାନ୍ସ ଟିମ୍ ଧର୍ମଗଡ଼ ଉପଜିଲ୍ଲାପାଳଙ୍କ ସରକାରୀ ବାସଭବନରେ ଚଢାଉ କରି ୧୦ଲକ୍ଷ ଲାଞ୍ଚ ନେବାବେଳେ ଧରିଥିଲା । ଏଥିସହ ଘରୁ ଯାଞ୍ଚବେଳେ ୪୭ଲକ୍ଷ ୪୭ହଜାର ୬୦୦ଟଙ୍କା ମଧ୍ୟ ଜବତ ହୋଇଥିଲା। ଉପଜିଲ୍ଲାପାଳ ଧୀମାନ ଚକ୍‌ମାଙ୍କୁ ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଭବାନୀପାଟଣା ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ତାଙ୍କ ପ୍ରଥମ ଜାମିନ ଆବେଦନକୁ ନାମଞ୍ଜୁର କରିବା ପରେ ଜିଲ୍ଲା ଜେଲ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା। 

hiranchal ad1
Leave A Reply

Your email address will not be published.

five × one =