ରଥଯାତ୍ରା ସ୍ଵତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ

0 182

ପୁରୀ-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରଥଯାତ୍ରାର ସ୍ଵତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ମହାପ୍ରଭୁଙ୍କ ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା ପାଇଁ ଶ୍ରୀ ମାଝୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ବୈଠକରେ ରଥ ଟଣା, ସ୍ବାସ୍ଥ୍ୟ ସେବା, ପାନୀୟ ଜଳ ଯୋଗାଣ , ବିଦ୍ୟୁତ୍ ଯୋଗାଣ, ପରିବହନ , ରେଳ ଚଳାଚଳ ବ୍ୟବସ୍ଥା , ରାସ୍ତାଘାଟ ମରାମତି , ପରିମଳ ବ୍ୟବସ୍ଥା ,ସୂଚନା ଓ ପ୍ରସାରଣ ବ୍ୟବସ୍ଥା , ପ୍ରଦର୍ଶନୀ, ସାଂସ୍କୃତିକ କାର୍ଯ୍ୟକ୍ରମ ବିଷୟରେ ବିସ୍ତୃତ ଆଲୋଚନା ହୋଇଛି । ବୈଠକରେ ବିଭାଗୀୟ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ,ବିଭାଗୀୟ ସଚିବ ଓ ଅଧିକାରୀ, ସେବାୟତ ପ୍ରତିନିଧି ଓ ଗଣମାଧ୍ୟମ ପ୍ରତିନିଧି ମାନେ ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଛନ୍ତି ।

hiranchal ad1
Leave A Reply

Your email address will not be published.

8 − four =