ପୁରୁଣା କଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ଜିଲ୍ଲାପାଳ

0 90

ବୌଦ୍ଧ,୧/୭- ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣା କଟକ ଠାରେ ଥିବା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା । ଜିଲ୍ଲାପାଳ ଶ୍ରୀ ପଣ୍ଡା ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ତାର ଭିତ୍ତିଭୂମି ଅନୁଧ୍ୟାନ କରିବା ସହିତ ବିଭାଗୀୟ ଅଧିକାରୀ ମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ଏଥିସହିତ ଏକ୍ସରେ ଗୃହ, ଔଷଧ ବିତରଣ ଗୃହ ଓ ରୋଗୀ ୱାର୍ଡ ପରିଦର୍ଶନ କରିଥିଲେ । ପରିଦର୍ଶନ ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଦୀପ କୁମାର ଗୁରୁ, ଜିଲ୍ଲା ସ୍ୱାସ୍ଥ୍ୟ ମିଶନର ଡିପିଏମ ଗିରିଜା ପ୍ରସାଦ ମିଶ୍ର, ବ୍ଲକ୍‌ ପରିଚାଳକ ଅରୁଣ କୁମାର ପାଢୀ ଓ ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

5 × 3 =