ଆଜି ଏହି ସବୁ ଜିଲ୍ଲାରେ ହୋଇପାରେ ବର୍ଷା

0 164

ଭୁବନେଶ୍ୱର:ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ମଙ୍ଗଳବାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏହାସହ ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ୟେଲୋ ଓ୍ବାର୍ନିଂ ରହିଛି। ମାତ୍ର ୬ ଓ ୭ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷାହୋଇପାରେ। ଏଥିପାଇଁ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଆଦି ଜିଲାକୁ ସତର୍କ କରାଯାଇଛି। ସୋମବାର ବାରିପଦାରେ ସର୍ବାଧିକ ୨୭.୭ ମିମି ବର୍ଷା ହୋଇଥିବାବେଳେ ଦାରିଙ୍ଗିବାଡ଼ିରେ ୧୯ ମିମି, ବରଗଡ଼ରେ ୧୦.୨ ମିମି, ଦେବଗଡ଼ରେ ୨.୪ ମିମି ଏବଂ ସମ୍ବଳପୁରରେ ୦.୭ ମିମି ବର୍ଷା ହୋଇଥିବା ସୂଚନା ଦିଆଯାଇଛି।

hiranchal ad1
Leave A Reply

Your email address will not be published.

4 × five =