ନୂଆଦିଲ୍ଲୀରେ ଏହି ସବୁ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

0 93

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତ ଅବସରରେ ବୁଧବାର ଦିନ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏନେଇ ସୂଚନା ପ୍ରଦାନ କରିଛନ୍ତି। ସେ ଲେଖିଛନ୍ତି ଯେ, ଆଜି ନୂଆଦିଲ୍ଲୀରେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲି। ଏହି ଅବସରରେ ରାଜ୍ୟର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ଓ କେନ୍ଦ୍ର-ରାଜ୍ୟ ସମନ୍ୱୟ ସମ୍ପର୍କିତ ବିଷୟଗୁଡ଼ିକ ଉପରେ ଆଲୋଚନା ହୋଇଥିଲା।

hiring

ସେହିପରି ମୁଖ୍ୟମନ୍ତ୍ରୀ ଆଜି ନୂଆଦିଲ୍ଲୀଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ସିଆର ପାଟିଲଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ମହାନଦୀ ଜଳ ସମସ୍ୟା ଏବଂ ଏହାର ନିରପେକ୍ଷ ଓ ନ୍ୟାୟସଙ୍ଗତ ସମାଧାନ ବିଷୟରେ ଆଲୋଚନା କରିଛନ୍ତି। ଏହାସହ ଶ୍ରୀ ପାଟିଲଙ୍କୁ ‘ଭିଜନ ଓଡ଼ିଶା ୨୦୩୬। ୨୦୪୭’ ପ୍ରଦାନ କରିଛନ୍ତି।
ସେହିପରି ମୁଖ୍ୟମନ୍ତ୍ରୀ ଆଜି ନୂଆଦିଲ୍ଲୀଠାରେ ମାନ୍ୟବର କେନ୍ଦ୍ର ଭାରୀ ଶିଳ୍ପ ଓ ସାର୍ବଜନୀନ ଉଦ୍ୟୋଗ ଏବଂ ଇସ୍ପାତ ମନ୍ତ୍ରୀ ଶ୍ରୀ ଏଚ୍.ଡି. କୁମାରସ୍ୱାମୀଙ୍କ ସହ ସାକ୍ଷାତ କରିଛନ୍ତି । ଏହି ଅବସରରେ ଓଡ଼ିଶାରେ ଇସ୍ପାତ କ୍ଷେତ୍ରର ବିକାଶ , ରାଉରକେଲା ଇସ୍ପାତ କାରଖାନାର ସମ୍ପ୍ରସାରଣ ଏବଂ ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଓ ନିଯୁକ୍ତି ସୃଷ୍ଟି ଆଦି ବିଷୟରେ ଆଲୋଚନା କରିଥିଲି। ଏହା ସହ ତାଙ୍କୁ ‘ଭିଜନ ଓଡ଼ିଶା ୨୦୩୬ | ୨୦୪୭’ ପ୍ରଦାନ କରିଥିଲି ।

hiranchal ad1
Leave A Reply

Your email address will not be published.

two × one =