ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ

0 133

ଭୁବନେଶ୍ୱର: ଓଡ଼ିଶାର ବରିଷ୍ଠ ରାଜନେତା ତଥା ଖଣ୍ଡପଡ଼ାଗଡ଼ର ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କର ଗୁରୁବାର ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। ସେ ପୂର୍ବତନ ମନ୍ତ୍ରୀ ଭାବେ ରାଜ୍ୟ ରାଜନୀତିରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ।

hiring

ବିଭୂତି ଭୂଷଣ ଖଣ୍ଡପଡ଼ା ଆସନରୁ ତିନି ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଏବଂ ବିଧାନସଭାରେ ଉପବାଚସ୍ପତି ଭାବେ ମଧ୍ୟ ଦାୟିତ୍ବ ତୁଲାଇଥିଲେ। ସେ କଂଗ୍ରେସ ଦଳ ସହ ଦୀର୍ଘ ବର୍ଷ ଧରି ଜଡ଼ିତ ରହି ରାଜ୍ୟର ରାଜନୈତିକ ଓ ସାମାଜିକ କ୍ଷେତ୍ରରେ ନିଜର ଅବଦାନ ରଖିଥିଲେ।

ତାଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଏକ ବଡ଼ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି। ବିଭିନ୍ନ ମହଲରୁ ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରାଯାଇଛି।

hiranchal ad1
Leave A Reply

Your email address will not be published.

14 − five =