ଆହୁରି ୫ଦିନ ବର୍ଷିବ

0 152

ଭୁବନେଶ୍ୱର: ରାଜ୍ୟରେ ଏବେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ୨୫ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବଜ୍ରପାତ ପାଇଁ ୨୦ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲା ରହିଛି। ସେହିପରି ଶୁକ୍ରବାର ମଧ୍ୟ କେତେକ ଜିଳାରେ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

hiranchal ad1
Leave A Reply

Your email address will not be published.

nineteen − seven =