ଭୁବନେଶ୍ୱର: ସୁଭଦ୍ରା ହତିଧିକାରୀଙ୍କ ପାଇଁ ବଡ଼ ଘୋଷଣା। ଏଣିକି ୬୦ବର୍ଷ ପରେ ମିଳିବ ପେନସନ। ୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ । ମଧୁ ବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (NSAP)ରେ ସୁଭଦ୍ରା ଯୋଜନାର ପୂର୍ବ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ଚିଠି ଲେଖିଛି ସାମାଜିକ ସୁରକ୍ଷା ବିଭାଗ।

ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ। ମଧୁ ବାବୁ ପେନସନ ଯୋଜନା (ଏମବିପିୱାଇ) ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (ଏନଏସଏପି)ରେ ସୁଭଦ୍ରା ଯୋଜନାର ପୂର୍ବତନ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ସରକାରଙ୍କ ପକ୍ଷରୁ ଚିଠି କରାଯାଇଛି। ୬୦ ବର୍ଷ ବୟସ ପରେ MBPY/NSAP ଅଧୀନରେ ସାମାଜିକ ସୁରକ୍ଷା ପେନସନ ପାଇଁ ଯୋଗ୍ୟ ହୋଇପାରିବେ। ସୁଭଦ୍ରା ଯୋଜନାର ପୂର୍ବ ହିତାଧିକାରୀ ସିଧାସଳଖ MBPY/NSAPରେ ଆସିବେ ନାହିଁ । ସେମାନେ ୬୦ ବର୍ଷ ପରେ ଆବେଦନ କରିବାକୁ ପଡ଼ିବ। ପ୍ରଥମେ ଅଧିକ ବୟସ୍କ, ଦୁର୍ବଳ ଓ ଅପେକ୍ଷା ତାଲିକାରେ ଥିବା ଲୋକଙ୍କୁ ପ୍ରାଥମିକତା ମିଳିବ । ୬୦ ବର୍ଷ ବୟସ ପାଇଁ ସୁଭଦ୍ରାରୁ ୯୩ ହଜାର ହିତାଧିକାରୀ ବାଦ୍ ପଡ଼ିଛନ୍ତି ।
