ଫିକା ପଡିପାରେ ପାର୍ବଣ,୧ରୁ ବଢିପାରେ ବର୍ଷାର ପରିମାଣ

0 115

ଭୁବନେଶ୍ୱର-ଫିକା ପଡିପାରେ ପାର୍ବଣ। ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ରାଜ୍ୟରେ ଅକ୍ଟୋବର ୧ରୁ ବର୍ଷାର ପରିମାଣ ବଢିବା ନେଇ ଅନୁମାନ କରାଯାଉଥିବା ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି।

hiring

ନିର୍ଦ୍ଦେଶିକାଙ୍କ ସୂଚନାନୁସାରେ, ୧ ତାରିଖରେ ଉତ୍ତର ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅପରପକ୍ଷେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ସକ୍ରିୟ ରହିଛି। ଏହା ଆସନ୍ତା ୨୪ ଘଣ୍ଟାରେ ଦୁର୍ବଳ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହେବ। ତେବେ ଲଘୁଚାପ ପ୍ରଭାବରେ ଆହୁରି ୨୪ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସାରା ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ରବିବାର ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବର୍ଷା ସମୟରେ ୩୦ରୁ ୪୦ କି.ମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଅକ୍ଟୋବର ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ସେ କହିଛନ୍ତି।

hiranchal ad1
Leave A Reply

Your email address will not be published.

19 − 9 =