ହରିହର ବେଶ ଦର୍ଶନ ଦେଲେ ମହାପ୍ରଭୁ

0 98

ପୁରୀ- ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଛି । ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଥିଲା ।ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବା ବେଳେ ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଛି ।ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି l କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟା ପର ଠାରୁ ଶୁକ୍ଳ ଦଶମୀ ମଧ୍ୟରେ ଯେଉଁଦିନ ସୋମବାର ପଡେ, ସେହିଦିନ ରତ୍ନସିଂହାସନରେ ଅଧିଷ୍ଟିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି। ଚଳିତବର୍ଷ ଦୀପାବଳି ଅମାବାସ୍ୟା ପରେ ଓ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡୁଥିବାରୁ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଥିଲା l ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଥିଲେ । ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖିବାକୁ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି |

hiranchal ad1
Leave A Reply

Your email address will not be published.

19 − 18 =