ଭୁବନେଶ୍ୱର : ବିଜୁ ଜନତା ବରିଷ୍ଠ ନାଗରିକ ସେଲ ଉପ ସଭାପତି ପଦରୁ ଆଜି ଦେବାଶିଷ ସାମନ୍ତରାୟ ଇସ୍ତଫା ଦେଇଛନ୍ତି। ଏନେଇ ବିଜେଡ଼ି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଏକ ଇସ୍ତଫାପତ୍ର ପଠାଇଛନ୍ତି। ଦଳ ତାଙ୍କୁ ଗୁରୁତ୍ୱ ଦେଉନଥିବା ଦର୍ଶାଇ ଇସ୍ତଫା ଦେଇଥିବା ସୂଚନା ମିଳିଛି। ବିଜୁ ବାବୁଙ୍କ ଆଦର୍ଶରେ ଆଉ ଦଳ ଚାଲୁନଥିବା ଚିଠିରେ କାରଣ ବୋଲି ସେ ଦର୍ଶାଇଛନ୍ତି।
ନବୀନଙ୍କୁ ଲେଖଥିବା ଚିଠିରେ ଦେବାଶିଷ ସାମନ୍ତରାୟ କହିଛନ୍ତି, ଦଳର ପୁନର୍ଗଠନ ବେଳେ ତାଙ୍କୁ ବରିଷ୍ଠ ନାଗରିକ ସେଲର ଉପସଭାପତି ପଦ ଦିଆଯାଇଥିଲା । ହେଲେ ଏହି ଉପସଭାପତି ପଦର ରାଙ୍କ କଣ ସେ ଜାଣିପାରୁନଥିବା କହିଛନ୍ତି । ଏଭଳି ପଦ ଦିଆଯାଇ ତାଙ୍କୁ ଅପମାନିତ କରାଯାଇଥିବା ମଧ୍ୟ ଏହି ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ଦେବାଶିଷ ସାମନ୍ତରାୟ ।
ଅନ୍ୟପଟେ ବିଜେଡି ସମ୍ପର୍କରେ ଏହି ଚିଠିରେ ଦେବାଶିଷ ଲେଖିଛନ୍ତି ଯେ, ବିଜେଡି ଗୋଟିଏ ନୂଆ ଚିନ୍ତାଧାରା ସହ ଆଗକୁ ବଢ଼ୁଛି । ଯାହାକୁ ନେଇ ସେ ନିରାଶ ଅଛନ୍ତି । ତେବେ ନବୀନ ହିଁ ହଜାର ହଜାର କର୍ମୀଙ୍କ ପାଇଁ ଏକମାତ୍ର ଆଶା ବୋଲି କହିଛନ୍ତି ଦେବାଶିଷ ।
