ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ମହାତ୍ମା ଗାନ୍ଧୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ରୁଷ ରାଷ୍ଟ୍ରପତି ପୁଟନ ଭିଜିଟର ବୁକ୍ ରେ ସ୍ୱାକ୍ଷର କରିଛନ୍ତି । ପୁଟିନଙ୍କ ଭାରତ ଗସ୍ତର ଆଜି ଦ୍ୱିତୀୟ ଦିନ । ଆଜି ପୁଟନଙ୍କୁ ରାଷ୍ଟ୍ରପତି ଭବନରେ ଭବ୍ୟ ସ୍ୱାଗତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯିବା ପରେ ସେଠାରୁ ସିଧାସଳଖ ସେ ରାଜଘାଟ ଯାଇଥିଲେ ।
