ଏହି ଚାରି ଜିଲ୍ଲାକୁ ଆଜି ଥରାଇବ, ଜାରି ହେଲା ସତର୍କ ସୂଚନା

0 43

ଭୁବନେଶ୍ୱର: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୪ଟି ଜିଲାରେ ଶୀତଲହରୀ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ଆଜି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ସୂଚନା ଦିଆଯାଇଛି।

IMD ର ଆକଳନ ଅନୁଯାୟୀ, ଅନୁଗୁଳ, ଝାରସୁଗୁଡ଼ା, ଖୋର୍ଦ୍ଧା ଏବଂ ଜଗତସିଂହପୁର ଜିଲାରେ ଶୀତଲହରୀ ପରିସ୍ଥିତି ଲାଗିରହିବାର ସମ୍ଭାବନା ଅଛି। ଆଗାମୀ ଦୁଇ ଦିନ ମଧ୍ୟରେ ସୁନ୍ଦରଗଡ଼, କନ୍ଧମାଳ ଏବଂ କୋରାପୁଟ ଜିଲାରେ ଘନ କୁହୁଡ଼ି ଦେଖାଯିବାର ସମ୍ଭାବନା ଥିବାରୁ ଏହି ତିନୋଟି ଜିଲ୍ଲା ପାଇଁ IMD ପକ୍ଷରୁ ହଳଦିଆ ସତର୍କତା ଜାରି କରାଯାଇଛି। ସୁନ୍ଦରଗଡ଼, କନ୍ଧମାଳ, କୋରାପୁଟ, କଳାହାଣ୍ଡି, ସୋନପୁର, ଅନୁଗୁଳ ଏବଂ ବଲାଙ୍ଗୀର ଜିଲା ଗୁଡ଼ିକରେ ହାଲୁକା ଧରଣରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯାଇପାରେ।

hiring

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଞ୍ଚଳରେ ଶୀତଲହରୀ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ସହରର ସର୍ବାଧିକ ଏବଂ ସର୍ବନିମ୍ନ ତାପମାତ୍ରା ଯଥାକ୍ରମେ ୨୮°C ଏବଂ ୧୧°C ରହିବାର ଆକଳନ କରାଯାଇଛି।

ଡିସେମ୍ବର ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଜିଲାରେ ଶୁଖିଲା ପାଗ ରହିବାର ସମ୍ଭାବନା ଅଛି। ଆଗାମୀ ସାତ ଦିନ ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା (ରାତି ତାପମାତ୍ରା) ରେ କୌଣସି ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି IMD କହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନୁଗୁଳ ଏବଂ ଝାରସୁଗୁଡ଼ା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଶୀତଲହରୀ ପରିସ୍ଥିତି ଅନୁଭୂତ ହୋଇଥିଲା। ସେହିପରି, କନ୍ଧମାଳ, କୋରାପୁଟ ଏବଂ ସୁନ୍ଦରଗଡ଼ ଜିଲାର କେତେକ ସ୍ଥାନରେ ଘନ କୁହୁଡ଼ି ଦେଖାଯାଇଥିଲା।

hiranchal ad1
Leave A Reply

Your email address will not be published.

2 × 3 =