ଭୁବନେଶ୍ବରରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର

0 42

ଭୁବନେଶ୍ବର: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ମହାପ୍ରଭୁଙ୍କ ଦର୍ଶନ ପରେ ସେ କୋଣାର୍କ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।

hiring

ରବିବାର ଜ୍ଞାନେଶ କୁମାର ରଘୁରାଜପୁର, ଧଉଳି ଶାନ୍ତିସ୍ତୂପ, ଖଣ୍ଡଗିରି, ଉଦୟଗିରି ଏବଂ ମୁକ୍ତେଶ୍ୱର ମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟ ନିର୍ବାଚନ କମିଶନର ସୋମବାର ଅପରାହ୍ନ ୩ଟାରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଡିଟୋରିୟମଠାରେ ବୁଥ୍‌ସ୍ତରୀୟ ଅଧିକାରୀମାନଙ୍କ ସହ ଅନୁଷ୍ଠିତ ହେବାକୁଥିବା ବୈଠକରେ ଅଧ୍ୟକ୍ଷତା କରି ସେମାନଙ୍କୁ ସମ୍ବୋଧନ ଦେବେ। ସେହିଦିନ ରାତିରେ ସେ ଭୁବନେଶ୍ୱରରୁ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି ।

hiranchal ad1
Leave A Reply

Your email address will not be published.

16 − two =