ବସନ୍ତ ପଞ୍ଚମୀରେ ଅନୁକୂଳ ହେଲା ରଥ କାଠ

0 78

ପୁରୀ- ଆଜି ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହୋଇଛି ରଥ କାଠ । ପରମ୍ପରା ଅନୁଯାୟୀ ଶ୍ରୀପଞ୍ଚମୀ ଅବସରରେ ଚଳିତ ବର୍ଷ ୨୦୨୬ ରଥଯାତ୍ରା ପାଇଁ ରଥକାଠ ହୋଇଛି ଅନୁକୂଳ । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଥିବା ରଥଖଳାରେ ୩ଟି ଧଉରା କାଠ ରଖାଯାଇ ପୂଜାର୍ଚ୍ଚନା କରାଯାଇଛି । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମା’ ସରସ୍ୱତୀଙ୍କ ପୂଜା ପରେ ଏହି କାଠ ଗୁଡ଼ିକ ସଂସ୍କାର ଓ ପୂଜାର୍ଚ୍ଚନା ସହ ରଥକାଠ ଅନୁକୂଳ ଆରମ୍ଭ ହେଇଥିଲା ।ବିଶ୍ୱପ୍ରସିଦ୍ଧ ରଥଯାତ୍ରା ୨୦୨୬ ପାଇଁ ପରମ୍ପରା ଅନୁଯାୟୀ ଶ୍ରୀପଞ୍ଚମୀରେ ରଥକାଠ ପୂଜା ହୋଇଛି । ତିନିରଥ ପାଇଁ ତିନିଖଣ୍ତ ଧଉରା କାଠ ଗଜପତି ମହାରାଜାଙ୍କ ରାଜଗୁରୁ ଓ ପୁରୋହିତଙ୍କ ଦ୍ୱାରା ପୂଜାର୍ଚ୍ଚନା କରିଥଲେ । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଚୁନପାଣି ପଡ଼ି ପବିତ୍ର କରାଯିବା ପରେ ତିନୋଟି ଧଉରା କାଠର ମାଜଣା କରାଯାଇଥିଲା । ଏହା ପରେ ରାଜଗୁରୁ ଓ ପୁରୋହିତଙ୍କ ଦ୍ୱାରା କାଠ ତ୍ରୟର ପୂଜାର୍ଚ୍ଚନା ହୋଇଥଲା । ସେହିପରି ଆସନ୍ତା ରାମ ନବମୀ ତିଥିରେ ରଥ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବାର ବିଧି ରହିଛି । ଆସନ୍ତା ଅକ୍ଷୟ ତୃତୀୟା ତିଥିରେ ରଥ ଖଳାରେ ରଥ ନିର୍ମାଣ ଅନୁକୂଳ ପରେ ତିନି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ।ଚଳିତବର୍ଷ ୨୦୨୬ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚି ସାରିଛି ପ୍ରଥମ ପର୍ଯ୍ୟାୟ ରଥକାଠ । ନୟାଗଡ ଦଶପଲ୍ଲା ରେଞ୍ଜରୁ ଆସିଛି ଏହି କାଠ । ରଥ ନିର୍ମାଣ ପାଇଁ ସମୁଦାୟ ୮୬୫ ଖଣ୍ଡ କାଠର ଆବଶ୍ୟକତା ରହିଥିବା ବେଳେ ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପାଖରେ ବଳକା ରହିଛି ୪୭ ଖଣ୍ଡ କାଠ । ତେବେ ନୟାଗଡ ଦଶପଲ୍ଲା ରେଞ୍ଜରୁ ତିନୋଟି ଟ୍ରକରେ ପୁରୀରେ ଆସି ପହଞ୍ଚିଛି । ପ୍ରଥମ ପର୍ଯ୍ୟାୟରେ ୮୩ଖଣ୍ଡ ଧଉରା ଓ ଅସନ କାଠ ଆସିଛି ।ଆଗାମୀ ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ ହେବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକ ସ୍ଵତନ୍ତ୍ର ଟିମ୍ ନୟାଗଡ଼ ଦଶପଲ୍ଲା ଯାଇଥିଲେ । ସେଠାରେ ପରମ୍ପରା ଅନୁଯାୟୀ ବଡରାଉଳ ଠାକୁରାଣୀଙ୍କୁ ପୂଜାର୍ଚ୍ଚନା ପରେ ରଥ କାଠ ଚିହ୍ନଟ ହୋଇଥଲା । ଭୋଇ ସର୍ଦ୍ଦାର ରବି ଭୋଇ, ରଥ ଅମିନ ଲକ୍ଷ୍ମଣ ମହାପାତ୍ର, ରଥ ତତ୍ତ୍ଵବଧାରକ ଏହି ଟିମରେ ରହି ଗଛ ଚିହ୍ନଟ କରିଥଲେ । ସେପଟେ ବଡ ଦାଣ୍ଡରେ ପ୍ରଥମ ପର୍ଯ୍ୟାୟ ରଥ କାଠ ଆସି ପହଞ୍ଚିବା ପରେ ବେଶ୍ ଉତ୍ସାହିତ ହୋଇଛନ୍ତି ସେବକ । ଚଳିତ ବର୍ଷ ରଥ ଯାତ୍ରା କିଭଳି ସୁରୁଖୁରୁରେ ହେଉ ସେ ନେଇ ସମସ୍ତେ ମହାପ୍ରଭୁଙ୍କୁ ପ୍ରାର୍ଥନା କରିଛନ୍ତି ।କାର୍ଯ୍ୟକ୍ରମ ରେ ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢୀ,ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଏସପି ପ୍ରତୀକ ସିଂ ପ୍ରମୁଖ ଉପସ୍ଥିତ ଥିଲେ।

hiranchal ad1
Leave A Reply

Your email address will not be published.

nineteen − thirteen =