ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ ଉଦଘାଟିତ: ଏଫ. ସି. ସମ୍ବଲପୁର ବିଜୟୀ

0 53

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ -୨୦୨୬ ବୁଧବାର ଠାରୁ ଆରମ୍ଭ ହୋଇଛି l ଏହି ପରିପ୍ରେକ୍ଷୀରେ ସଂଘ ର ସଭାପତି ତଥା ସ୍ଥାନୀୟ ଉପଜିଲ୍ଲାପାଳ ପ୍ରଣୀତା ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶୁଭମ ଭୋସଲେ, ଆଇ ଟି ଡି ଏ ର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ତହସିଲଦାର ଦୀପ୍ତି ପ୍ରକାଶ ବେହେରା, ଉପସଭାପତି ସତ୍ୟ ନାରାୟଣ ପାଢ଼ୀ, ସମ୍ପାଦକ ସୁଶାନ୍ତ କୁମାର ଦାସ ପ୍ରମୁଖ ଉପସ୍ଥିତ ରହି ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଉଦଘାଟନୀ ଖେଳ ଏଫ ସି ସମ୍ବଲପୁର ସହ ଡାଇମଣ୍ଡ କ୍ଲବ ଖୋର୍ଦ୍ଧା ମଧ୍ୟରେ ଆକର୍ଷଣୀୟ ମ୍ୟାଚ ଅନୁଷ୍ଠିତ ହୋଇ ସମ୍ବଲପୁର ୪-୧ ରେ ବିଜୟୀ ହୋଇଥିଲା l ଏଥିରେ ସମ୍ବଲପୁର ଦଳର ବିଜୁ ଓରାମ ଙ୍କୁ ମ୍ୟାନ ଅଫ ଦି ମ୍ୟାଚ ଭାବେ ଘୋଷଣା କରାଯାଇଥିଲା l

hiring

ଉଦଘାଟନ ଖେଳ କୁ ମୁଖ୍ୟ ରେଫେରୀ ଭାବେ ଜ୍ୟୋତି ରଞ୍ଜନ ସ୍ୱାଇଁ, ବିଶ୍ଵନାଥ କହଁର, ସୁନୀଲ କୁମାର ବେହେରା ଓ କାମାକ୍ଷା ପ୍ରସାଦ ପ୍ରଧାନ ଉପସ୍ଥିତ ରହି ଖେଳ ପରିଚାଳନା କରିଥିଲେ l ୫ ତାରିଖ ଦ୍ୱିତୀୟ ଦିନର ମ୍ୟାଚ ଢେଙ୍କାନାଳ ସହ ସୁନ୍ଦରଗଡ଼ ମଧ୍ୟରେ ଆକର୍ଷଣୀୟ ମ୍ୟାଚ ଅନୁଷ୍ଠିତ ହେବ l ଏହି ରାଜ୍ୟ ସ୍ତରୀୟ ମ୍ୟାଚ ଚଳିତ ମାସ ୧୧ ତାରିଖ ପର୍ଯ୍ୟନ୍ତ ଆୟୋଜନ ହେଉଥିବା ବେଳେ ଏଥିରେ ରାଜ୍ୟର ବଛାବଛା ଫୁଟବଲ ଟିମ ମଧ୍ୟରେ ସମ୍ବଲପୁର ଏଫ ସି, ଡାଇମଣ୍ଡ କ୍ଲବ ଖୋର୍ଦ୍ଧା, ଦୋସ୍ତି ବ୍ରଦର ସୁନ୍ଦରଗଡ଼, ପପୁଲାର କ୍ଲବ- ଢେଙ୍କାନାଳ, ୟୁଏସସି ଟିମ – ବରଗଡ଼, ଏଫପିଏସଏ ଟିମ – ଜଟଣୀ, ଜଗା ଯୁନାଇଟେଡ଼- ଭୁବନେଶ୍ୱର, ଜେ.ଡି. କ୍ଲବ-ଫୁଲବାଣୀ ଭଳି ବିଭିନ୍ନ ଦଳ ଅଂଶ ଗ୍ରହଣ କରିବାକୁ ସମ୍ମତି ପ୍ରଦାନ କରିଛନ୍ତି l ସେଥିମଧ୍ୟରେ ୧୦ ତାରିଖ ଦିନ ସବୁଠାରୁ ବିଶେଷ ଆକର୍ଷଣ ମହିଳା ଫୁଟବଲ ମ୍ୟାଚ ବରଗଡ଼ ସହ ଭୁବନେଶ୍ୱର ମଧ୍ୟରେ ଆୟୋଜିତ ହେବ l ୧୧ ତାରିଖ ଫାଇନାଲ ତଥା ଉଦଯାପନୀ ଉତ୍ସବରେ ରାଜ୍ୟର ବହୁ ଗଣ୍ୟମାନ୍ୟ ଜନ ପ୍ରତିନିଧି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପ୍ରତିଦିନ ର ମ୍ୟାଚ ଅପରାହ୍ନ ୨ଟା ୩୦ମି. ରେ ଆରମ୍ଭ ହେବାକୁ ଥିବା ବେଳେ ସେମିଫାଇନାଲ ଓ ଫାଇନାଲ ମ୍ୟାଚ ଅପରାହ୍ନ ୨ଘଣ୍ଟ ରେ ଆରମ୍ଭ କରାଯିବା ପାଇଁ ସ୍ଥିର କରାଯାଇଛି l ଉପଦେଷ୍ଟା ଶେଖ ସାଦିକ, ଦେବବ୍ରତ ସିଂ ଦେଓ, ସୁରେନ୍ଦ୍ର କୁମାର ପାତ୍ର, ଯୁଗ୍ମ ସମ୍ପାଦକ ମାନସ ରଞ୍ଜନ ଆଚାର୍ଯ୍ୟ ଓ କୋଷାଧ୍ୟକ୍ଷ ରଞ୍ଜିତ କୁମାର ମହାନ୍ତି, କ୍ରୀଡା ସମ୍ପାଦକ ଶିବାନନ୍ଦ ପଟ୍ଟନାୟକ, ଏ. ଶ୍ରୀନିବାସ ଦୋରା, ଗଙ୍ଗାଧର ପଣ୍ଡା, ସୁଶାନ୍ତ କୁମାର ସାହୁ କ୍ରୀଡା ଆୟୋଜକ ଉପଦେଷ୍ଟା ମଣ୍ଡଳୀ ର ସମସ୍ତ ସଦସ୍ୟ ଖେଳ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l

hiranchal ad1
Leave A Reply

Your email address will not be published.

3 × 5 =