ଏଣିକି ସହରୀ ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର

0 57

ଭୁବନେଶ୍ୱର: ଗରିବ ଲୋକଙ୍କ ପାଇଁ ନୂଆ ନୂଆ ଯୋଜନା ଆଣୁଛନ୍ତି ମୋହନ ସରକାର। ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ଏଣିକି ସହରୀ ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର। ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ ବୋଲି ଜଣାପଡ଼ଛି।

hiring

ସରକାରୀ ଘର ଚିହ୍ନଟ ପାଇଁ ଗୃହ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଚିଠି ଦିଆଯାଇଛି। ବିଶେଷ କରି କର୍ମଜୀବୀ ମହିଳାମାନଙ୍କୁ ଭଡ଼ାରେ ଘର ଦିଆଯିବ। ପ୍ରଧାନମନ୍ତ୍ରୀ ସହରାଞ୍ଚଳ ଆବାସ ଯୋଜନା ୨.୦ ଅନୁଯାୟୀ ଭଡ଼ା ମିଳିବ।

ଗାଇଡ୍‌ଲାଇନ ଅନୁଯାୟୀ ୨ଟି ମଡେଲରେ ସୁଲଭ ମୂଲ୍ୟରେ ଭଡ଼ା ଦିଆଯିବ। ପ୍ରଥମେ ସରକାରୀ ଘରକୁ ପବ୍ଲିକ ଏଜେନ୍ସି ମାଧ୍ୟମରେ ଭଡ଼ା ଦିଆଯିବ। ଦ୍ୱିତୀୟରେ ବେସରକାରୀ ସଂସ୍ଥା ଘର ତିଆରି କରି ଗରିବଙ୍କୁ ଭଡ଼ା ଦେବେ।

hiranchal ad1
Leave A Reply

Your email address will not be published.

2 + six =