କଟକ ଏସସିବି ବଡ଼ ମେଡିକାଲରେ ଭୟାବହ ଅଗ୍ନିକାଣ୍ଡ, ଅଣନିଃଶ୍ବାସୀ ହୋଇ ଚାଲିଗଲା ୧୦ ନିରୀହ ଜୀବନ

0 86

କଟକ :କଟକ ଏସସିବି ବଡ଼ ମେଡିକାଲରେ ଭୟାବହ ଅଗ୍ନିକାଣ୍ଡ । ଧୂଆଁରେ ଅଣନିଃଶ୍ବାସୀ ହୋଇ ୧୦ ନିରୀହ ଜୀବନ ଚାଲିଯାଇଛି। ଅନେକ ଲୋକ ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଏସସିବି ମେଡିକାଲରୁ ଉଦ୍ଧାର କରି ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ତେବେ ଅଗ୍ନିକାଣ୍ଡରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ।
ଅଗ୍ନିକାଣ୍ଡ ପରେ ICUରେ ପରିସ୍ଥିତି ସାଂଘାତିକ ହୋଇପଡ଼ିଥିଲା। ରୋଗୀଙ୍କ ଜୀବନ ବଞ୍ଚାଇବାକୁ ଲୋକେ ଏଣେ ତେଣ ଦୌଡିଥିଲେ। ଆଇସିୟୁ ଭିତରେ ଫସି ଯାଇଥିଲେ ରୋଗୀ। ସ୍ଥାନାନ୍ତର ସମୟରେ ୭ ରୋଗୀଙ୍କ ମୃତ୍ୟୁ ହୋଇଥିଲା। ସ୍ଥାନାନ୍ତର ପରେ ଅନ୍ୟ ୩ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ICU ଭିତରୁ ଗୁରୁତର ଅବସ୍ଥାରେ ରୋଗୀଙ୍କୁ ଉଦ୍ଧାର କରାଯାଇଥିଲା।
୨୩ ଜଣ ରୋଗୀଙ୍କୁ ଅନ୍ୟ ଓ୍ୱାର୍ଡକୁ ସ୍ଥାନାନ୍ତର ବେଳେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିଲା। ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଅଗ୍ନିକାଣ୍ଡର ଖବର ପାଇଁ ନିଆଁକୁ ଆୟତ୍ତ କରିଥିଲା ଅଗ୍ନିଶମବାହିନୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଥିଲେ । ସେ ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇବା ସହ ପ୍ରତ୍ୟେକ ମୃତକଙ୍କ ପରିବାର ପାଇଁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।
ଏହା ପରେ ମୁଖ୍ୟମନ୍ତ୍ରୀ ଆଇସିୟୁରେ ଥିବା ଅନ୍ୟ ରୋଗୀଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମୃତାହତଙ୍କ କ୍ଷତିପୂରଣ ଘୋଷଣା ମଧ୍ୟ କରିଛନ୍ତି । ଆହତଙ୍କ ଲାଗି ଉନ୍ନତ ଚିକିତ୍ସା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ମୃତକଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି । ଅବହେଳାରୁ ଏଭଳି ଅଘଟଣ ଘଟିଥିଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅନ୍ୟ ପଟେ ଏହି ଦୁଃଖଦ ଘଟଣା ସାରା ରାଜ୍ୟରେ ଶୋକର ଛାୟା ଖେଳାଇ ଦେଇଛି। ସୁରକ୍ଷା ଦୃଷ୍ଟିରୁ ମେଡିକାଲ ପରିସରରେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

hiranchal ad1
Leave A Reply

Your email address will not be published.

6 + 12 =