ନୂଆଦିଲ୍ଲୀ: କଟକ ଏସସିବି ମେଡିକାଲରେ ଅଗ୍ନିକାଣ୍ତ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ତାଙ୍କର ଗଭୀର ସମବେଦନା ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି । ନିଜର ଏକ୍ସ ଆକାଉଣ୍ଟ ଜରିଆରେ ପୋଷ୍ଟ କରି ସମବେଦନା ଜଣାଇଛନ୍ତି । ଏବଂ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (PMNRF) ରୁ ମୃତକଙ୍କ ପରିବାର ପାଇଁ ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ ।ଏବଂ ଆହତମାନଙ୍କ ପାଇଁ ପ୍ରତ୍ୟେକ ଆହତ ବ୍ୟକ୍ତିଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି । ସେପଟେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଘଟଣାରେ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି।
