ପଶ୍ଚିମରେ ତାତି, ଉପକୂଳରେ ଗୁଳୁଗୁଳି; ଲୋକେ ଅସ୍ତବ୍ୟସ୍ତ

0 46

ଭୁବନେଶ୍ବର: ରାଜ୍ୟରେ ଅସହ୍ୟ ତାତି ଜାରି ରହିଛି। ପ୍ରଚଣ୍ଡ ଖରାରେ ଘରୁ ପଦାକୁ ବାହାରିବା କଷ୍ଟକର ହୋଇପଡ଼ୁଛି। ପଶ୍ଚିମ ଓଡ଼ିଶାରେ ଅଗ୍ନିବର୍ଷା ହେବା ଭଳି ଲାଗୁଛି। ଉପକୂଳରେ ତାତି ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। କେତେକ ସ୍ଥାନରେ ତାପମାତ୍ରା ହ୍ରାସ ପାଇଥିବାବେଳେ ଆଉ କିଛି ଅଞ୍ଚଳରେ ପାରଦ ଉପରମୁହାଁ ହୋଇଛି। ଶୁକ୍ରବାର ଝାରସୁଗୁଡ଼ାରେ ୪୪.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଦିନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବା ସମ୍ଭାବନା ନାହିଁ। ଏହା ପରେ ୨-୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିପାରେ। ଅସହ୍ୟ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ‌

hiranchal ad1
Leave A Reply

Your email address will not be published.

twenty − eight =