ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

0 92

ପୁରୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ବଶ୍ରେଷ୍ଠ ମହାପର୍ବ ରଥଯାତ୍ରା ପାଇଁ ସମଗ୍ର ଶ୍ରୀକ୍ଷେତ୍ର ପ୍ରସ୍ତୁତ। ଭକ୍ତି, ବିଶ୍ୱାସ ଓ ସମର୍ପଣର ସହ ରଥଯାତ୍ରାର ସାକ୍ଷୀ ହେବ। ସମସ୍ତେ ମହାପ୍ରଭୁଙ୍କ ଦିବ୍ୟ ସାନିଧ୍ୟ ଲାଭ କରିବା ପାଇଁ ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି।

hiring

ସେହିପରି ରଥଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି, , ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା । ଏହା ଭାରତର କାଳଜୟୀ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ଏକ ଅନନ୍ୟ ଅଭିବ୍ୟକ୍ତି । ରଥଯାତ୍ରା ସହ ଜଡିତ ପରମ୍ପରା ଭାରତ ଏବଂ ବିଶ୍ୱର ଅନେକ ପିଢ଼ିକୁ ପ୍ରେରଣା ଦେଇଛି । ଏହା ବିନମ୍ରତା, ସାମୂହିକ ଅଂଶଗ୍ରହଣ ଏବଂ ନିଃସୱାର୍ଥପର ସେବାକୁ ପ୍ରତିଫଳିତ କରେ । ମହାପ୍ରଭୁ ଜଗନ୍ନାଥ ସମସ୍ତଙ୍କୁ ଉତ୍ତମ ସ୍ବାସ୍ଥ୍ୟ, ସୁଖ ଏବଂ ସମୃଦ୍ଧି ପ୍ରଦାନ କରନ୍ତୁ । ସେ ଆମକୁ ସମସ୍ତ ପ୍ରୟାସ ପାଇଁ ଶକ୍ତି ଦିଅନ୍ତୁ ଏବଂ ସମାଜରେ ଏକତାର ଭାବନାକୁ ଆହୁରି ସୁଦୃଢ଼ କରନ୍ତୁ ।

hiranchal ad1
Leave A Reply

Your email address will not be published.

five + twenty =