ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ମଧ୍ୟ ୫ ମାସ ପାଇଁ ମାଗଣା ଚାଉଳ ଓ ଡାଲି ପାଇବେ

0 119

ଭୁବନେଶ୍ୱର,୨୧/୭ – କରୋନା ସଂକ୍ରମଣ ଏବଂ ତଦ୍ଜନିତ ଲକ୍ ଡାଉନ ଓ ସଟ୍ ଡାଉନ ଗରିବ ଲୋକଙ୍କ ଜୀବିକା ଉପରେ ବିଶେଷ ପ୍ରଭାବ ପକାଇଛି । ତେଣୁ ଗରିବ ଲୋକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ମାନଙ୍କୁ ଜୁଲାଇରୁ ନଭେମ୍ବର ପର୍ଯ୍ୟନ୍ତ ୫ ମାସ ମାଗଣାରେ ଡାଲି ଓ ଚାଉଳ ସାଧାରଣ ବଣ୍ଟନ ବ୍ୟବସ୍ଥା ଜରିଆରେ ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ୱାରା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ମାନଙ୍କୁ ପ୍ରତି ମାସରେ ମୁଣ୍ଡପିଛା ୫ କେଜି ଲେଖାଏ ଚାଉଳ ୫ ମାସ ପାଇଁ ମାଗଣା ଯୋଗାଇ ଦିଆଯିବ । ଏହାସହିତ ପ୍ରତି ମାସରେ ପରିବାର ପିଛା ଏକ କେଜି ଲେଖାଏ ଡାଲି ମଧ୍ୟ ନଭେମ୍ବର ପର୍ଯ୍ୟନ୍ତ ମାଗଣାରେ ଯୋଗାଇ ଦିଆଯିବ । ଏହାଦ୍ୱାରା ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାର ସୁବିଧାରୁ ବାଦ ପଡିଥିବା ଲକ୍ଷ ଲକ୍ଷ ହିତାଧିକାରୀମାନେ ଉପକାର ପାଇପାରିବେ ।

hiranchal ad1
Leave A Reply

Your email address will not be published.

3 × 1 =