ବ୍ରହ୍ମପୁର: ବ୍ରହ୍ମପୁରରେ ପହଞ୍ଚିଲେ ରାଷ୍ଟ୍ରପତି । ସେ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ବ୍ରହ୍ମପୁର ଷ୍ଟେସନରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନା ଦିଆଯାଇଛି । ଷ୍ଟେସନରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀ, ବିଧାୟକ ଓ ସାଂସଦମାନେ ଉପସ୍ଥିତ ଥିଲେ । ସାଂସ୍କୃତିକ ଦଳଙ୍କ ପକ୍ଷରୁ ପାରମ୍ପରିକ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରି ରାଷ୍ଟ୍ରପତିଙ୍କୁ ସ୍ୱାଗତ କରାଯାଇଛି। ରାଷ୍ଟ୍ରପତିଙ୍କ ଏହି ଗସ୍ତକୁ ନେଇ ବ୍ରହ୍ମପୁରରେ ଉତ୍ସାହର ମାହୋଲ ସୃଷ୍ଟି ହୋଇଛି। ଗସ୍ତ ସମୟରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି।
